ଡ଼ାବୁଗାଁ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର ଡ଼ାବୁଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ତା:୨୩.୧୨.୨୦୨୪ ରିଖ ଆଜିଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ,ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ବୀଣା ମାଝୀ,ବି ଡି ଓ ଶରତ ମାଝୀଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଏହି ଅବସରରେ ସୁଶାସନ ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୮ ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ଏବଂ ୨ ଜଣଙ୍କୁ ହୂଇଲ ଚେୟାର ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।
ରିପୋର୍ଟ:ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ