October 4, 2026
Home » ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୪୪ଟି ଦରଖାସ୍ତ ଗ୍ରହଣ l

ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୪୪ଟି ଦରଖାସ୍ତ ଗ୍ରହଣ l

0
WhatsApp Image 2026-08-17 at 4.27.30 PM (1)

 

ସୁବର୍ଣ୍ଣପୁର—- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ଶ୍ରୀ ରାଜେନ୍ଦ୍ର ମାଝୀ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଲିଳିମା ଲଳିତା ବାରଲା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୪୪ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୩୧ଟି ବ୍ୟକ୍ତିଗତ ଓ ୧୩ଟି ସାମୁହିକ ଦରଖାସ୍ତ ଥିଲା ଏବଂ ଗୋଟିଏ ଦରଖାସ୍ତର ତୁରନ୍ତ ସମାଧାନ ହୋଇଥିଲା।
ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ ଅହଲ୍ୟା ସାହୁ, ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ବାଗ, ପ୍ରମୁଖ ମଞ୍ଚାସିନ ଥିଲେ।
ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଡୁଙ୍ଗୁରିପାଲି ଶ୍ରୀ ସଂଜୀବ କୁମାର ସାହୁଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଡ଼ି.ଏମ.ଓ ତଥା ସୁପେରିଟେଣ୍ଡେଣ୍ଟ ଚିକିତ୍ସାଳୟ ସୁବର୍ଣ୍ଣପୁର ଦୁର୍ଗାଦତ୍ତ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *