May 9, 2025
Home » ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ୯୦ ଗୋଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ୯୦ ଗୋଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

0
WhatsApp Image 2024-07-29 at 5.12.41 PM (1)

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଯୁଗ୍ମ ଜନଶୁଣାଣୀ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଜନଶୁଣାଣୀ ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୨ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବିଡିଓ ଡୁଙ୍ଗୁରିପାଲି ବିପିନ ବିହାରୀ ଦୀପ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା, ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ ସମେତ ଜିଲ୍ଲା ସ୍ତରରୁ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ସୂରଜ କୁମାର ପଟ୍ଟନାୟକ , ଅଧିକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଜିଲ୍ଲା ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ କୁମାର ପଟ୍ଟନାୟକ , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବି ଏନ ରେଡ୍ଡୀ, ନିର୍ବାହୀ ଯନ୍ତ୍ରୀ ଉଠା ଜଳ ସେଚ ପ୍ରକଳ୍ପ ପ୍ରଫୁଲ୍ଲ କୁମାର ବେହେରା, ଉପ ନିର୍ଦେଶକ ହେଣ୍ଡିକ୍ରାଫ୍ଟ ବନମାଳୀ ଟପ୍ପୋ, ଫରେଷ୍ଟ ରେଞ୍ଜ ଅଫିସର ଡମ୍ବରୁ ଧର ପ୍ରଧାନ, ଉପ ନିର୍ଦେଶକ ହସ୍ତତନ୍ତ ବିନୟ ପୃଷ୍ଟି, ଜି.ଏମ. ଜିଲ୍ଲା ଶିଳ୍ପ କେନ୍ଦ୍ର ଅଭିଜିତ ତ୍ରିପାଠୀ, ସିଡିଭିଓ ଡ଼ଃ ପରମାନନ୍ଦ ସେଠୀ, ତହସିଲଦାର ରାମପୁର ବିମଳ ପାତ୍ର , ଡେପୁଟି କଲେକ୍ଟର (ଗ୍ରୀଭେନସ) ଶୁଭଶ୍ରୀ ରଥ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

 

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି

Leave a Reply

Your email address will not be published. Required fields are marked *