ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ସମଲେଇଚୁଆଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୩୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୦୨ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୪ ଗୋଟି ସାମୁହିକ ଦରଖାସ୍ତ ଓ ୫ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ପାଇଁ ଆର୍ଥିକ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୭ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ଡୁଙ୍ଗୁରିପାଲି, ଦିଲୀପ କୁମାର ବାଡ଼ାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ ) ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ସୋନପୁର ଡ. ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର,ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଅର୍ଜୁନ ମାଝୀଙ୍କ ସମେତ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସମଲେଇଛୁଆଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସମାଲେଇଚୁଆଁ ଗ୍ରାମର ଜଣେ ଭିନ୍ନକ୍ଷମ ବ୍ୟକ୍ତି ବ୍ୟାସଦେବ ଖମାରୀଙ୍କୁ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଙ୍କ ଦ୍ଵାରା ଏକ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା। ସେହିପରି ସମଲେଇଚୁଆଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବେହେରାମାଲ ଗ୍ରାମର ଦିଲୀପ ପଧାନ ଓ ପଣ୍ଡକିଟାଲ – ନାଇକେନପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୈରାଗୀମୁଣ୍ଡା ଗ୍ରାମର ସୋହିନୀ ସାହୁଙ୍କୁ ଯଥାକ୍ରମେ ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ଜିଲ୍ଲାପାଳ ଡ଼.ନୃପରାଜ ସାହୁଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..
