November 19, 2025
Home » ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2025-11-17 at 2.27.02 PM

ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ପଞ୍ଚାୟତ ସମିତି ଅନ୍ତର୍ଗତ ତୁଲୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ.କେ. ହରି ପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୦୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୭୬ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୬ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ତନ୍ମଧ୍ୟରୁ _୦୪ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ତରଭା ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶ୍ୱିନୀ କୁମାର ମେହେର, ଭାରପ୍ରାପ୍ତ ଉପ – ଜିଲ୍ଲାପାଳ, ସୋନପୁର, ସତ୍ୟ ସୁନ୍ଦର ରାଉତ, ସରପଞ୍ଚ, ତୁଲୁଣ୍ଡା ଗ୍ରାମ ପଞ୍ଚାୟତ, ଶ୍ରୀମତି ଉମା ସାହୁଙ୍କ ସମେତ ତହସିଲଦାର, ତରଭା, ସୁଶ୍ରୀ ଶ୍ୱେତଲିନା ମାହାନା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।ଏହି ଅବସରରେ ନନ୍ଦିନୀ ବଗର୍ତ୍ତି ସ୍ଵାମୀ ସ୍ବର୍ଗତ ନିରଞ୍ଜନ ବଗର୍ତ୍ତି ଟୁଲୁଣ୍ଡାଙ୍କୁ ମଧୁବାବୁ ପେନସନ ଯୋଜନା ଅଧିନରେ ବିଧବା ଭତ୍ତା ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *