ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
ସୁବର୍ଣ୍ଣପୁର: ଓଡ଼ିଶାର ମାନ୍ୟବର ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଓଡିଶା ଲୋକ ସେବା ଭବନର କନଭେନସନ୍ ହଲ, ଭୁବନେଶ୍ୱର ଠାରୁ ଭିଡିଓ କନଫରେନ୍ସ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର ନାଗରିକ, ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୂତାର ଶପଥ ପାଠ କରାଇଥିଲେ। ଏହି ଆଭାସୀ ମାଧ୍ୟମରେ ଜିଲ୍ଲା ସ୍ତରରେ ଜିଲ୍ଲା OSWN ( ଓସୱାନ) ପ୍ଲାଟଫର୍ମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଙ୍କ ସମେତ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଓ ଅନେକ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସାଧୁତାର ଶପଥ ପାଠ କରିଥିଲେ। ଏହି ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ ଅବସରରେ ଉଲ୍ଲେଖନୀୟ କାର୍ଯ୍ୟପାଇଁ ସୁବର୍ଣ୍ଣପୁର ଜିଲ୍ଲା ଭିଜିଲାନ୍ସ ଶାଖା ( Vigilance Unit ) କୁ ଶ୍ରେଷ୍ଠ ଭିଜିଲାନ୍ସ ଶାଖା ଭାବରେ ରାଜ୍ୟ ସ୍ତରରେ ମାନ୍ୟବର ମୁଖ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଦ୍ଵାରା ପୁରସ୍କୃତ କରାଯାଇଛି l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
