May 27, 2026
Home » ଧରତିଆବା ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମ ବାର୍ଷିକ ଉପଲକ୍ଷେ ନବରଙ୍ଗପୁରଜିଲ୍ଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅନୁଷ୍ଠିତ

ଧରତିଆବା ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମ ବାର୍ଷିକ ଉପଲକ୍ଷେ ନବରଙ୍ଗପୁରଜିଲ୍ଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅନୁଷ୍ଠିତ

0
WhatsApp Image 2024-11-16 at 12.42.12 PM (1)

ନବରଙ୍ଗପୁର ସ୍ଥାନୀୟ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆଠାରେ ତା. ୧୫ .୧୧ .୨୦୨୪ ରିଖ ପୂର୍ବାହ୍ନ ୯.୦୦ ଘଣ୍ଟା ସମୟରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ଜିଲ୍ଲା ସ୍ତରୀୟ ଜନ ଜାତୀୟ ଗୌରବ ଦିବସ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ସ୍ଵାଧୀନତା ସଂଗ୍ରାମର ମହାନ୍ ସଂଗ୍ରାମୀ ତଥା ବିଶିଷ୍ଟ ଆଦିବାସୀ ନେତା ବିର୍ସା ମୁଣ୍ଡା ଙ୍କ ମହାନତା,ଉସର୍ଗ ଓ ଦେଶ ପ୍ରତି ତଥା ଜନଜାତି ପ୍ରତି ତାଙ୍କର ଅବଦାନ କୁ ଦେଶ କୃତଜ୍ଞ ହୋଇ ୨୦୨୧ ମସିହାରୁ ଏହି ଦିବସ ପାଳନ କରିଆସୁଅଛି।ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାର ଦଶଟି ବ୍ଲକରୁ ପ୍ରାୟ ୩୦୦୦ ହିତାଧିକାରୀ ମାନେ ଯୋଗଦାନ କରିଥିଲେ ଓ ଏହି ସଭାରେ ସମ୍ମାନୀତ ଅତିଥି ଭାବେ ମାନ୍ୟବର ବିଧାୟକ , ନବରଙ୍ଗପୁର ଗୌରି ଶଙ୍କର ମାଝୀ ମାନ୍ୟବର ବିଧାୟକ ଡ଼ାବୁ ଗାଁ ମନୋହର ରନ୍ଧାରୀ , ଜିଲ୍ଲାପାଳ ଡ ଶୁଭଙ୍କର ମହାପାତ୍ରଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)ମହେଶ୍ୱର ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ( ରେଭିନ୍ୟୁ) ନବୀନ ଚନ୍ଦ୍ର ନାୟକ,ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ ମିଶ୍ର,ଅଧ୍ୟକ୍ଷ,ପୌରପାଳିକା କୁନୁ ନାୟକ ଙ୍କ ଉପସ୍ଥିତି ସହ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ବିଧାୟକ ଗୌରି ମାଝିଙ୍କ ଦ୍ୱାରା ଭଗବାନ ବିର୍ସା ମୁଣ୍ଡାଙ୍କ ଫଟୋ ଚିତ୍ର ସହ ମହାତ୍ମା ଗାନ୍ଧୀ ଏବଂ ବାବା ସାହେବ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଓ ପ୍ରଦୀପ ପ୍ରଜ୍ବଳନ କରି ଜନଜାତୀୟ ଦିବସର ଶୁଭାରମ୍ଭ କରାଯାଇଥିଲା। ଭଗବାନ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ ସହ ତାଙ୍କର ମହାନତା,ଦେଶ ପାଇଁ ବଳିଦାନ ବିଶେଷ କରି ଆଦିବାସୀ ମାନଂକ ପାଇଁ ସ୍ବର ଉତୋଳନକୁ ମନେ ପକାଇ ଆଲୋଚନା କରାଯାଇଥିଲା।

ଏହି ଉପଲକ୍ଷେ ଜିଲ୍ଲାର ବିଭିନ୍ନ ସରକାରୀ ବିଭାଗ ମାନଙ୍କ ତରଫରୁ ହିତାଧିକାରୀ ମାନଙ୍କୁ ସରକାରୀ ଯୋଜନାର ସହାୟତା/ଅଧିକାର/ପରିଚୟ ପ୍ରଦାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାର ଜନଜାତି ସମାଜର ବିଶିଷ୍ଟ ବ୍ୟକ୍ତି ତଥା ଶିକ୍ଷାବିତ /ପ୍ରଶାସନିକ/ ସମାଜ ସେବା / ସ୍ଵାସ୍ଥ୍ୟ ସେବା କୃତିତ୍ୱ ଅର୍ଜନ କରିଥିବା ଜନଜାତି ବ୍ୟକ୍ତି ବିଶେଷ ମାନଙ୍କୁ ସମ୍ମାନିତ କରାଗଲା । ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ ଜନ ଜାତିୟ ଗୌରବ ଦିବସ ପାଳନ ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ସହ ମନ୍ତ୍ରୀଙ୍କ ଅଭିଭାଷଣକୁ ମଧ୍ୟ ସିଧା ପ୍ରସାରଣ ରେ ସମସ୍ତେ ଦେଖିଥିଲେ। ପରେ ପରେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ବିହାରର ଜାମୁଇ ଠାରେ ଆୟୋଜିତ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଯୋଗଦାନ , ୬୬୦୦ କୋଟି ବିଭିନ୍ନ ଜନ କଲ୍ୟାଣ ଯୋଜନା ତଥା ଉନ୍ନତିମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଅଭିଭାଷଣର ସିଧା ପ୍ରସାରଣ ମାଧ୍ୟମରେ ଯୋଡି ହୋଇ ଉପସ୍ଥିତ ସମସ୍ତେ ଦେଖିଥିଲେ । ଆମ ଜିଲ୍ଲା ନବରଙ୍ଗପୁରର ୧୬୩ଟି ଗ୍ରାମ ପଞ୍ଚାୟତର ୫୩୬ଟି ରାଜସ୍ଵ ଗ୍ରାମରେ ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଆନୁକୂଲ୍ୟରେ ସ୍ଵତନ୍ତ୍ର ଗ୍ରାମ ସଭାର ଆୟୋଜନ କରାଯାଇଅଛି।ଯାହାକୁ ନଭେମ୍ବର ୧୫ ତାରିଖ ଠାରୁ ନଭେମ୍ବର ୨୬ ତାରିଖ ମଧ୍ୟରେ ଶେଷ କରିବା ସକାଶେ ସ୍ତିରୀକୃତ ହୋଇଅଛି ।

ଏହା ଜନଜାତି ମାନଙ୍କର ସହ ଜଡିତ ବିଭିନ୍ନ ସମସ୍ୟାର ସମାଧାନ ଓ ସରକାରୀ ଆଭିମୁଖ୍ୟରେ ପୂର୍ଣ୍ନତା ଆଣିବା , ଅପହଞ୍ଚ ଅଞ୍ଚଳରେ ପହଞ୍ଚିବା , ଉପଲବ୍ଧ ସେବା ସମୂହରେ ପରିପୂର୍ଣ୍ନତା ଆଣିବା ଯଥା ନିରାପଦ ବାସସ୍ଥାନ ,ବିଶୁଦ୍ଧ ପାନୀୟ ଜଳ ଓ ପରିମଳ ବ୍ୟବସ୍ଥା , ଉନ୍ନତ ଶିକ୍ଷାର ସୁଯୋଗ ସ୍ଵାସ୍ଥ୍ୟ ଓ ପୁଷ୍ଟି , ସଡ଼କ ଏବଂ ଦୁରସଞ୍ଚାର ସଂଯୋଗୀ କରଣ , ବୈଦୁତିକରଣ , ସ୍ବଚ୍ଛ ଏବଂ ନବୀକରଣଯୋଗ୍ୟ ଶକ୍ତିର ପ୍ରୋତ୍ସାହନ ଓ ଦୀର୍ଘସ୍ଥାୟୀ ଜୀବିକା ସୁଯୋଗ ପ୍ରଦାନ କରିବା । ଆୟୋଜିତ ସ୍ଵତନ୍ତ୍ର ଗ୍ରାମ ସଭାରେ ବିଶେଷ କରି ପେଶା ଆଇନ ଓ ଜଙ୍ଗଲ ଜମି ଅଧିକାର ଆଇନ ବିଷୟ ରେ ଆଲୋଚନା କରି ଜନଜାତି ସମାଜ ଙ୍କୁ ଅବଗତ ଓ ସଚେତନତା କରାଯାଉଛି। ବିଭିନ୍ନ ବିଦ୍ୟାଳୟ ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା। କୃଷି, ସମାଜ ମଙ୍ଗଳ, ସ୍ୱାସ୍ଥ୍ୟ, ଜୀବିକା ମିଶନ,ଆଧାର କାର୍ଡ ଅପଡେଟର ଷ୍ଟଲ ଖୋଲାଯାଇ ସମସ୍ତଙ୍କୁ ବିଭିନ୍ନ ସ୍କିମ ବିଷୟରେ ସଚେତନ କରାଯାଇଥିଲା।ଅତିଥିଙ୍କ ଦ୍ଵାରା ହିତାଧୀକାରୀ ମାନଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ,ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ପ୍ରକଲ୍ପ ପ୍ରଶାସକ,ସ୍ଵମନିତ ଆଦିବାସୀ ଉନ୍ନୟନ ସଂସ୍ଥା ରାଜୀବ ସାହୁ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ର ପରିଚାଳନା ଓ ଆୟୋଜନ କରିଥିଲେ।ଏହି କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କ ସହ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ,ସହରର ବୁଦ୍ଧିଜୀବୀ,ଜନସାଧାରଣ, ଜିଲ୍ଲା ସ୍ତରୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed