February 5, 2026
Home » ଧର୍ମଗଡରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଧର୍ମଗଡରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

0
WhatsApp Image 2026-01-19 at 1.04.17 PM

 

ଧର୍ମଗଡ ଠାରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ବ୍ଲକ ସମ୍ମିଳନୀ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଧର୍ମଗଡ଼ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ଆଇଏଏସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ତହସିଲଦାର କୀର୍ତ୍ତି ଚନ୍ଦ୍ର ପ୍ରଧାନ, ସହ ଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କୀ, ବିଡ଼ିଓ ସଦାଶିବ ନାୟକ, ଡେପୁଟି କଲେକ୍ଟର ସୋନମ୍ ଅଗ୍ରୱାଲ, ସହାୟକ ଜିଲ୍ଲାପାଳ ସେରଲୀ ପ୍ରଧାନ, ଅତିରିକ୍ତ ବିଡିଓ ସମ୍ପଦ ମାଝୀ,ଗୋଷ୍ଠୀ ଶିକ୍ଷା ଅଧିକାରୀ ପଙ୍କଜିନୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାଥମିକ ସ୍ତରରୁ ମହା ବିଦ୍ୟାଳୟ ସ୍ତର ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ କଣ୍ଠ ସଙ୍ଗୀତ, ବକ୍ତୃତା, ପ୍ରବନ୍ଧ ପ୍ରତିଯୋଗୀତା ସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ବ୍ୟକ୍ତି ବିଶେଷ ଙ୍କୁ ସମ୍ମାନିତ କରାଯିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଥିଲା।

ଏହି ବୈଠକରେ ପୁର୍ବତନ ଏନଏସି ଅଧ୍ୟକ୍ଷା ସୁଶ୍ରୀ ହୀରା ବାଗ, ଧର୍ମଗଡ ହାଇସ୍କୁଲର ପ୍ରଧାନ ଶିକ୍ଷକ ଜୟନ୍ତ କୁମାର ମୁଣ୍ଡ, ପୁର୍ବତନ ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗ, ଅତିରିକ୍ତ ଶିକ୍ଷା ଅଧିକାରୀ ଅରୁପାନନ୍ଦ ଭୋଇ, ସିଆରସିସି ରାଜେନ୍ଦ୍ର ଦୁରିଆ, ବରିଷ୍ଠ ସାମ୍ବାଦିକ ବିଦ୍ୟାଧର ସାହୁ, ବିରଞ୍ଚି ନାରାୟଣ ଜାଲ, କ୍ରୀଡ଼ା ଶିକ୍ଷକ ଅଭୟ କୁମାର ବାଗ, ସନ୍ତୋଷ ପାଣିଗ୍ରାହୀ, ଶ୍ରବଣ କୁମାର ଜାଲ, ମାଧବ ଲହଜଲ, ନିରଞ୍ଜନ ମୁଦୁଲି ବିଭିନ୍ନ ଶିକ୍ଷାନୁଷ୍ଠାନ ର ଶିକ୍ଷକ ପ୍ରତିନିଧି ତଥା ଲାଇନ୍ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ସୂଚନା ଓ ଲୋକସଂପର୍କ ଅଧିକାରୀ ରମେଶ ଚନ୍ଦ୍ର ସିଂ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *