August 22, 2026
Home » ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ନାରୀ ସଚେତନତା କାର୍ଯ୍ୟକ୍ରମ

ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ନାରୀ ସଚେତନତା କାର୍ଯ୍ୟକ୍ରମ

0
WhatsApp Image 2025-12-30 at 3.37.21 PM

ଧର୍ମଗଡ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ମହିଳାଙ୍କ ସଚେତନତାକୁ ନେଇ ଭାରତୀୟ ଆଦିମ ଜାତି ସେବା ସଙ୍ଘ ଓ ଧର୍ମଗଡ ଶକ୍ତି ସଦନ କାର୍ଯ୍ୟାଳୟ ତରଫରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି l ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଏସ ଜଗନ୍ନାଥ ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଅର୍ଥନୀତି ବିଭାଗର ଅଧ୍ୟାପିକା ରୋଜାଲିନ ମୁଣ୍ଡ, ଇଂରାଜୀ ଅଧ୍ୟାପିକା ନିବେଦିତା ଡାକୁଆ, ଖେଳ ଶିକ୍ଷକ ଅଭୟ ବାଗ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର ଜେଣ୍ଡର ସାମର୍ଥ୍ୟ ସ୍ପେସିଆଲିଷ୍ଟ ରାମଚନ୍ଦ୍ର ବାଗ ଓ ଜେଣ୍ଡର ସମ୍ବଳ ସ୍ପେସିଆଲିଷ୍ଟ ମୋହନ ନାଏକ ଏହି ଅବସରରେ ଯୋଗଦେଇ ଶକ୍ତି ସଦନ ରେ କେଉଁ ମହିଳା ମାନେ ରହିପାରିବେ, ବାଲ୍ୟ ବିବାହ ରୋକିବା, ଯୌତୁକ ପ୍ରଥା, ଘରୋଇ ହିଂସା, ଯୌନ ଓ ମାନସିକ ନିର୍ଯାତନା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଓଡ଼ିଆ ଅଧ୍ୟାପକ ଗଣପତି ବାଗ ମୁଖ୍ୟ ବକ୍ତା ଭାବେ ମହିଳାମାନେ କିଭଳି ଶିକ୍ଷା କ୍ଷେତ୍ରରେ କିଭଳି ଆଗକୁ ଯିବେ,ସେମାନେ କେମିତି ଆତ୍ମନିର୍ଭରଶିଳ ହେବେ, ସ୍ୱାସ୍ଥ୍ୟର ଯତ୍ନନେବେ,ନିର୍ଯାତନାରୁ କିଭଳି ଦୁରେଇ ରହିବେ ତଥା ବାଲ୍ୟ ଵିଵାହରୁ ଦୁରେଇ ରହିବା ସହ ସରକାରଙ୍କ ତରଫରୁ ମହିଳା ମାନଙ୍କ ପାଇଁ ଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ବୁଝାଇ ଥିଲେ l ଅନୁଷ୍ଠିତ ସାଧାରଣ ସଭାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ।ଧର୍ମଗଡ ଶକ୍ତି ସଦନ ର ପରିଚାଳିକା ସସ୍ମିତା ପାତ୍ର କାର୍ଯକ୍ରମ ପରିଚାଳନା କରିଥିବା ବେଳେ କାର୍ଯ୍ୟାଳୟ ସହଯୋଗି ଦେବରାଜ ମହାନନ୍ଦ ଧନ୍ୟବାଦ ପ୍ରଦାନ କରିଥିଲେ l

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।