August 22, 2026
Home » ଧର୍ମଗଡ଼ ବ୍ଲକ ଓଷ୍ଟା ପକ୍ଷରୁ ୩୮ତମ ଶିଶୁ ଉତ୍ସବ ଅନୁଷ୍ଠିତ।

ଧର୍ମଗଡ଼ ବ୍ଲକ ଓଷ୍ଟା ପକ୍ଷରୁ ୩୮ତମ ଶିଶୁ ଉତ୍ସବ ଅନୁଷ୍ଠିତ।

0
WhatsApp Image 2024-12-08 at 2.13.22 PM

ବେହେରା ଦନ୍ତେଶ୍ୱରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଧର୍ମଗଡ଼ ବ୍ଲକ ଓଷ୍ଟା ଦ୍ଵାରା ୩୮ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସଂଘୀୟ ପତାକା କୁ ବ୍ଲକ ସଭାପତି ଶ୍ରୀ ଜୟନ୍ତ କୁମାର ମୁଣ୍ଡ ଉତ୍ତୋଳନ କରିଥିଲେ l
ଉଦଘାଟନ ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଙ୍କଜୀନୀ ମାଝୀ ମୁଖ୍ୟଅତିଥି ରୂପେ,ମୁଖ୍ୟ ବକ୍ତା ରୁପେ ଅବସର ପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ବେହେରା ଉପସ୍ଥିତ ଥାଇ ଶିଶୁ ଉତ୍ସବ ରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l
ଅନ୍ୟ ମାନଙ୍କ ମଧ୍ୟରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତୁଳସୀ ରାମ ବାରିକ, ଜିଲ୍ଲା ଉପସଭାପତି ବାଞ୍ଛାନିଧି ପଣ୍ଡା, ଜିଲ୍ଲା ଉପସଭାପତି ପ୍ରଦୀପ ପଣ୍ଡା, ପ୍ରଧାନ ଶିକ୍ଷକ ରୂପେନ୍ଦ୍ର ବାଣୁଆ ,ଓଷ୍ଟା ବ୍ଲକ ସମ୍ପାଦକ ରିଖିରାମ ବେହେରା ଉପସ୍ଥିତ ଥିଲେ l ବ୍ଲକ ର ୨୦ ଗୋଟି ବିଦ୍ୟାଳୟର ୧୧୦ ଜଣ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇଥିଲେ l

ଉଦଯାପନୀ ଉତ୍ସବରେ ମୁଖ୍ଯ ଅତିଥି ରୂପେ ଓଷ୍ଟା ରାଜ୍ୟ ସମ୍ପାଦକ ରଞ୍ଜନ କୁମାର ଦାସ ଯୋଗ ଦେଇ ଓଷ୍ଟା ଶିକ୍ଷl ଓ ଶିକ୍ଷକ ଙ୍କ ପାଇଁ ଛାତ୍ରଛାତ୍ରୀ ଙ୍କ ପାଇଁ କାମ କରି ଆସୁଛି ବୋଲି ଶ୍ରୀ ଦାସ ତାଙ୍କ ବକ୍ତବ୍ୟ ରେ ପ୍ରକାଶ କରିଥିଲେ l
ରାଜ୍ୟ ଉପସଭାପତି ସାରଙ୍ଗ ଧର ଠାକୁର, ରାଜ୍ଯ ଯୁଗ୍ମସଂପାଦକ ବ୍ରଜ କିଶୋର ବିଶ୍ଵାଳ, ସରପଞ୍ଚ କୁମୁଦିନୀ ଗଏନ୍ତା ,ଓଷ୍ଟା ଜିଲ୍ଲା ସମ୍ପାଦକ ପ୍ରଭାତ କୁମାର ରଥ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଶେଷରେ କୃତୀ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା lଆସନ୍ତା ଡିସେମ୍ବର ୨୧ ତାରିଖରେ ମେଦିନୀପୁର ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିଶୁ ଉତ୍ସବ ରେ ବ୍ଲକ ରେ ପ୍ରଥମ ଓ ଦ୍ବିତୀୟ ସ୍ଥାନରେ ଥିବା ପ୍ରତିଯୋଗି ମାନେ ଅଂଶଗ୍ରହଣ କରିବେ ବୋଲି ସମ୍ପାଦକ ଓ ସଭାପତି ପ୍ରକାଶ କରିଛନ୍ତି l

କଳାହାଣ୍ଡି ଜିଲ୍ଲା ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।