October 23, 2025
Home » ଧର୍ମଗଡ଼ ବ୍ଲକ ବଡ ଘୁମର ଠାରେ ନାରୀ ସଚେତନା କାର୍ଯ୍ୟକ୍ରମ

ଧର୍ମଗଡ଼ ବ୍ଲକ ବଡ ଘୁମର ଠାରେ ନାରୀ ସଚେତନା କାର୍ଯ୍ୟକ୍ରମ

0
WhatsApp Image 2025-08-23 at 12.26.41 PM

ଧର୍ମଗଡ ବ୍ଲକ ବଡ ଘୁମର୍ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ମହିଳାଙ୍କ ସଚେତନତାକୁ ନେଇ ଭାରତୀୟ ଆଦିମ ଜାତି ସେବାସଙ୍ଘ ଓ ସମାଜ କଲ୍ୟାଣ କାର୍ଯ୍ୟାଳୟ କଳାହାଣ୍ଡି ତରଫରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି l ଏଥିରେ ସ୍ଥାନୀୟ ବଡଘୁମର ସରପଞ୍ଚ ଜନ୍ମେଜୟ ଗୋପାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନୀୟ ଅତିଥି ଭାବେ କ୍ଷେତ୍ର ଅଧିକାରୀ ଫୁଲ ଜେନସିଆ ସୋରେଙ୍ଗ, ସିଡ଼ିପିଓ ଧରିତ୍ରୀ ପାଣିଗ୍ରାହୀ, ସୁପର ଭାଇଜର ସତ୍ୟପ୍ରିୟା ମହାପାତ୍ର, ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟର ଜେଣ୍ଡର ସ୍ପେସିଆଲିଷ୍ଟ ରାମଚନ୍ଦ୍ର ବାଗ ଯୋଗଦେଇ ଶକ୍ତି ସଦନ ରେ କେଉଁ ମହିଳା ମାନେ ରହିପାରିବେ, ବାଲ୍ୟ ବିବାହ ରୋକିବା, ଯୌତୁକ ପ୍ରଥା, ଘରୋଇ ହିଂସା, ଯୌନ ଓ ମାନସିକ ନିର୍ଯାତନା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଧର୍ମଗଡ ଶକ୍ତି ସଦନ ର ପରିଚାଳିକା ସସ୍ମିତା ପାତ୍ର କାର୍ଯକ୍ରମ ପରିଚାଳନା କରି ମହିଳାମାନେ କିଭଳି ଶିକ୍ଷା କ୍ଷେତ୍ରରେ କିଭଳି ଆଗକୁ ଯିବେ,ସେମାନେ କେମିତି ଆତ୍ମନିର୍ଭରଶିଳ ହେବେ, ସ୍ୱାସ୍ଥ୍ୟର ଯତ୍ନନେବେ,ନିର୍ଯାତନାରୁ କିଭଳି ଦୁରେଇ ରହିବେ ତଥା ବାଲ୍ୟ ଵିଵାହରୁ ଦୁରେଇ ରହିବା ସହ ସରକାରଙ୍କ ତରଫରୁ ମହିଳା ମାନଙ୍କ ପାଇଁ ଥିବା ସୁବିଧା ସୁଯୋଗ ବିଷୟରେ ବୁଝାଇ ଥିଲେ l ଅନୁଷ୍ଠିତ ସାଧାରଣ ସଭାରେ ବଡ ଘୁମର ପଞ୍ଚାୟତର ସି ଆର ପି,ଏମବିକେ , ଅଙ୍ଗନୱାଡି କର୍ମୀ, ଆଶାକର୍ମୀ, ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା ସମେତ ଗ୍ରାମର ଯୁବତୀ ମାନେ ବହୁ ସଂଖ୍ୟାରେ ସାମିଲ ଥିବା ବେଳେ ଧର୍ମଗଡ ଶକ୍ତି ସଦନ ଗୃହ କାର୍ଯ୍ୟାଳୟର ଦେବରାଜ ମହାନନ୍ଦ ଧନ୍ୟବାଦ ପ୍ରଦାନ କରିଥିଲେ l

କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *