ଧର୍ମଗଡ: କ୍ଲଷ୍ଟର ସ୍ତରୀୟ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ପାଳିତ

ସ୍ଥାନୀୟ କ୍ରିଷ୍ଣାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଧର୍ମଗଡ କ୍ଲଷ୍ଟର ସ୍ତରୀୟ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ପାଳିତ ହୋଇଯାଇଛି। ପ୍ରାଥମିକ ବିଦ୍ୟାଳୟ ରୁ ଉଚ୍ଚ ମଧ୍ୟମିକ ବିଦ୍ୟାଳୟ ର ଶିକ୍ଷାର୍ଥୀ ମାନଙ୍କୁ ନେଇ ବିଭିନ୍ନ ବର୍ଗ ଅନୁସାରେ ବକୃତା, ପ୍ରବନ୍ଧ ଲିଖନ,ବିତର୍କ, ଚିତ୍ରାଙ୍କନ, କୁଇଜ, ସୃଜନଶିଳ ଲିଖନ, ସଂଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନ, ପି ଏମ ପୋଷଣ ଚିତ୍ରକଳା ଓ ଶିଳ୍ପକଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଉପରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଧର୍ମଗଡ଼ ସିଆରସିସି ସଂଜୀବ କୁମାର ମେହେର ଙ୍କ ଅଧ୍ୟକ୍ଷତାରେ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ର ପ୍ରଥମ ଅଧିବେଶନ ରେ ପ୍ରଧାନ ଶିକ୍ଷୟତ୍ରୀ ପ୍ରଣତି ମିଶ୍ରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହେମନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବରେ ପଞ୍ଚାୟତ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ମୁଖ୍ୟ ଗଣପତି ବାଗ, ସମ୍ମାନିତ ଅତିଥି ଭାବରେ କାଶୀବାହାଲ ସିଆରସିସି ରାଜେନ୍ଦ୍ର ଦୁରିଆ ଯୋଗଦାନ କରିଥିଲେ। ଅପରାହ୍ନ ରେ ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଜ୍ଞାପିତ ଅଂଚଳ ପରିଷଦ ର କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବରେ ପଞ୍ଚାୟତ ମହାବିଦ୍ୟାଳୟ ଅଧ୍ୟାପକ ସଂଜୀବ କୁମାର ମୁଣ୍ଡ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଟୀ ଶିକ୍ଷା ଅଧିକାରୀ ବିଶ୍ୱଜିତ ବେହେରା, ଏନ ଏସି ର ବରିଷ୍ଠ କିରାଣୀ ରବୀନ୍ଦ୍ର ପରିଡା ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମ କୁ ଅଧ୍ୟାପକ ଦୀନବନ୍ଧୁ ବାଗ ଓ ବରିଷ୍ଠ ବିଜ୍ଞାନ ଶିକ୍ଷକ ସୁଧାଂଶୁ କୁମାର ପଣ୍ଡା ପରିଚାଳନା କରିଥିବା ବେଳେ ଧର୍ମଗଡ କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏଥିରେ ସହଯୋଗ କରିଥିଲେ।
କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ