February 3, 2026
Home » ଧର୍ମଗଡ ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ

ଧର୍ମଗଡ ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ

0
WhatsApp Image 2026-01-26 at 12.19.46 PM

 

 

ଧର୍ମଗଡ ଠାରେ ୭୭ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି। ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ,ଆଇଏଏସ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରି ଉପଖଣ୍ଡ ସ୍ତରୀୟ ମିଳିତ ପ୍ୟାରେଡ୍ ର ଅଭିବାଦନ ଗ୍ରହଣ କରି ସମ୍ବିଧାନ ଏକ ପୁସ୍ତକ ନୁହେଁ ଏହା ପ୍ରତ୍ୟେକ ଙ୍କ ଜୀବନର ଆଗକୁ ବଢିବାର ଆହ୍ୱାନ ବୋଲି ପ୍ରକାଶ କରି ସହରକୁ ସରସ ସୁନ୍ଦର ଭାବେ ଗଢି ତୋଳିବାକୁ ପ୍ଲାଷ୍ଟିକ ବ୍ୟବହାର ଉପରେ ଧ୍ୟାନ ଦେବାକୁ ଅନୁରୋଧ କରିଥିଲେ।ଅନୁଷ୍ଠିତ ମିଳିତ ପ୍ୟାରେଡ୍ ରେ ସହରର ବିଭିନ୍ନ ଶିକ୍ଷାନଷ୍ଠାନର ଛାତ୍ର ଛାତ୍ରୀ ମାନେ ଭାଗ ନେଇଥିଲେ।ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନଷ୍ଠାନର ଛାତ୍ର ଛାତ୍ରୀ ମାନେ ଚିତ୍ତାକର୍ଷକ ଦେଶାତ୍ମବୋଧକ ନୃତ୍ୟ ପରିବେଷଣ କରିଥିଲେ। ପ୍ୟାରେଡ୍ ରେ ଧର୍ମଗଡ଼ ର ଇ.ଟି.ଇ.ଆଇ ସିନିଅର ଗ୍ରୁପ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଜୁନିୟର ଗ୍ରୁପ ରେ ସ୍କୋଲାର ମଡେଲ ସ୍କୁଲ ପ୍ରଥମ ସ୍ଥାନ ଅଧିକାର କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପ୍ରଥମ ସ୍ଥାନ ଅଧିକାର କରିଥଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବ୍ୟକ୍ତି ବିଶେଷ ଙ୍କୁ ସମ୍ମାନୀତ କରାଯାଇଥିବା ବେଳେ ସଧାରଣତନ୍ତ୍ର ଦିବସ ପାଳନ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତା ର କୃତୀ ଛାତ୍ର ଛାତ୍ରୀ ଙ୍କୁ ଉପ ଜିଲ୍ଲାପାଳ ପୁରସ୍କାର ପ୍ରଦାନ କରିଥଲେ।ମାଧବ ଲହଜଲ୍ ସମଗ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଡେପୁଟି କଲେକ୍ଟର ସୋନମ୍ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ତହସିଲଦାର କୀର୍ତ୍ତି ଚନ୍ଦ୍ର ପ୍ରଧାନ, ଡେପୁଟି କଲେକ୍ଟର ଅମିତ କୁମାର ବେହେରା,ସହାୟକ ଜିଲ୍ଲାପାଳ ଶ୍ରେଲି ପ୍ରଧାନ, ଅତିରିକ୍ତ ତହସିଲଦାର ସମ୍ପଦ ମାଝୀ,ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ, ଥାନା ଅଧିକାରୀ ସୁଦର୍ଶନ ନାୟକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପଙ୍କଜିନୀ ମାଝୀ ବ୍ଲକ, ସୂଚନା ଓ ଲୋକସଂପର୍କ ଅଧିକାରୀ ରମେଶ ସିଂ ପ୍ରମୁଖ ଏହି ଅବସରରେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥଲେ।ପରେ ଉପଜିଲ୍ଲାପାଳ ଶକ୍ତି ସଦନ ଗୃହ, ସବ୍ ଜେଲ ଓ ଯଶୋଦା ଅନାଥ ଆଶ୍ରମ ର ଅନ୍ତେଃବାସୀ ତଥା ସରକାରୀ ଚିକିତ୍ସାଲୟର ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଥଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ……

Leave a Reply

Your email address will not be published. Required fields are marked *