August 22, 2026
Home » ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ସମ୍ପାଦକ

ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ସମ୍ପାଦକ

0
WhatsApp Image 2026-01-01 at 3.08.38 PM (1)

୨୦୨୬ ନୂଆବର୍ଷ ଅବସରରେ ସମ୍ବାଦ ସରବରାହ ସଂସ୍ଥା ଇପିଏ, ଇପିଏଉଇକ୍ଲି, ଇପିଏ ପୋର୍ଟାଲ ଓ ୱେବ୍‌ର ର ସମ୍ପାଦକ ଶ୍ରୀମତୀ ଅଞ୍ଜଳି ମିଶ୍ର ଆଜି ବହୁ ରାଜନୈତିକ ନେତା ଓ ବୁଦ୍ଧିଜୀବିଙ୍କୁ ସାକ୍ଷାତ କରି ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ସେମାନଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ,

ଭୁବନେଶ୍ୱର ମଧ୍ୟମ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା, ରାଜ୍ୟ ପ୍ରଦେଶ କମିଟିର ସଭାପତି ଶ୍ରୀ ଭକ୍ତ ଚରଣ ଦାସ,

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଶ୍ରୀ ସୁରେଶ କୁମାର ରାଉତରାୟ, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ।

ସମ୍ପାଦକ ଶ୍ରୀମତୀ ମିଶ୍ର ପୁଷ୍ପଗୁଚ୍ଛ ସହ ନବବର୍ଷର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ ଆଗାମୀ ଦିନରେ ଗଣମାଧ୍ୟମର ସତ୍ୟ ଓ ନିରପେକ୍ଷତାକୁ ନେଇ କିଭଳି ଲୋକଙ୍କ ଆସ୍ଥା ଭାଜନ ହେବ ସେ ନେଇ ରାଜନେତାଙ୍କ ସହଯୋଗ କାମନା କରିଥିଲେ।

ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।