ନୟାଗଡ଼ରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

।
ନୟାଗଡ଼: ଗୁରୁବାର ଦିନ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପ୍ରାଙ୍ଗଣରେ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଦେଶ କଂଗ୍ରେସ କମିଟି ପ୍ରଥମ ସଭାପତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଏବଂ “ସମାଜ” ଖବରକାଗଜ ଏବଂ ଲୋକସେବକ ମଣ୍ଡଳ ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପବିତ୍ର ଜନ୍ମଜୟନ୍ତୀ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପ୍ରାଙ୍ଗଣରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା କଂଗ୍ରେସ ସଭାପତି ତଥା ନୟାଗଡ଼ ବାର ଆସୋସିଏସନର ସଭାପତି ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶ ଫୁଲ ଚନ୍ଦନ ସହ ମାଲ୍ୟାର୍ପଣ କରି ଭକ୍ତିପୂତ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ l
ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ନୟାଗଡ ବ୍ଲକ କଂଗ୍ରେସ ସଭାପତି ଶ୍ରୀ ଫକୀର ଚରଣ ମଲ୍ଲ, ଜିଲ୍ଲା ଯୁବ କଂଗ୍ରେସ ପୂର୍ବତନ ସଭାପତି ଶ୍ରୀ ପୀତବାସ ଖୁଣ୍ଟିଆ ସମେତ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ଅଧ୍ୟକ୍ଷ୍ୟ ଶ୍ରୀ ଶ୍ରୀଧର ସାହୁ, ରୋଟାରୀଆନ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ଲଷ୍ମୀଧର ରାଉତରାୟ, ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ଦାସ ଏବଂ ଶିକ୍ଷାନୁଷ୍ଠାର ଛାତ୍ର ଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ପୁଣ୍ୟାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼