July 6, 2025
Home » ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ରେଳ ଷ୍ଟେସନ ସଫେଇ

ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ରେଳ ଷ୍ଟେସନ ସଫେଇ

0
IMG-20250112-WA0117

ନୟାଗଡ଼: ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଗରିକ ଅନୁଷ୍ଠାନ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯାଇଛି । ରେଳ ଷ୍ଟେସନ ମଧ୍ୟରେ ପଡ଼ିଥିବା ପ୍ଲାଷ୍ଟିକ ପାଣି ବୋତଲ,ପାଉଚ, ଜରି,କାଗଜ ଟୁକୁରା ତଥା ବିଭିନ୍ନ ଆବର୍ଜନା ଗୁଡ଼ିକୁ ପରିଷ୍କାର କରାଯାଇଥିଲା । ସେହିପରି ଷ୍ଟେସନ ପରିସର ଏବଂ ଏହାର ଆଖପାଖରେ ଉଠିଥିବା ଅନାବନା ଗଛ,ଘାସ ଇତ୍ୟାଦିକୁ କଟାଯାଇ ଥିବା ବେଳେ ଷ୍ଟେସନ ମଧ୍ୟରେ ଥିବା ପିଇବା ପାଣି ଟ୍ୟାପ ନିକଟରେ ନିଷ୍କାସିତ ହୋଇ ନପାରି ଜମା ହୋଇ ରହୁଥିବା ଆବର୍ଜନା ପାଣିକୁ ନିଷ୍କାସିତ କରାଯାଇଥିଲା ।

ନୟାଗଡ଼ ନାଗରିକ ମଞ୍ଚ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ଉପ ସଭାପତି ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ଆୟୋଜିତ ଏହି ସଫେଇ ଅଭିଯାନରେ ନାଗରିକ ମଞ୍ଚ ସଦସ୍ୟ ଇଂ ଦିଲ୍ଲୀପ କୁମାର ସାହୁ,ଲକ୍ଷ୍ମୀଧର ମହାପାତ୍ର,କୈଳାସ ଚନ୍ଦ୍ର ରଥ,ଗୋକୁଳ କୁମାର ଷଡ଼ଙ୍ଗୀ,ପ୍ରଦୀପ୍ତ କୁମାର ଡାକୁଆ,ଲକ୍ଷ୍ମୀଧର ସାହୁ, ସୁରେନ୍ଦ୍ର ପ୍ରଧାନ ପ୍ରମୁଖ ସାମିଲ ହୋଇଥିବା ବେଳେ ନୟାଗଡ଼ ମୁନିସିପାଲଟିର ସଫେଇ କର୍ମଚାରୀ ତଥା ରେଳବିଭାଗ ଷ୍ଟେସନ ମ୍ୟାନେଜର ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ ।

ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *