September 11, 2026
Home » ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ପୁରୀ ସମ୍ବିତ ପାତ୍ର ।

ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ପୁରୀ ସମ୍ବିତ ପାତ୍ର ।

0
1001279835
ନୟାଗଡ଼  ( ଇପିଏ ) ନୟାଗଡ ଗୁରୁବାର ଅପରାହ୍ନ ଘ. ୨. ୩୦ ମି. ସମୟରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଦ୍ୱିତୀୟ ତୀର୍ଥ ଯାତ୍ରୀ ଯୋଜନାର ଶୁଭାରମ୍ଭ କରାଯାଇଛି l ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଶ୍ରୀମତୀ ସତ୍ୟଭାମା ବେହେରାଙ୍କ ପୌରହିତ୍ୟରେ, ଜିଲ୍ଲାପାଳ ମଧୁମିତା ରଥ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକଙ୍କ ଉପସ୍ଥିତିରେ ମାନ୍ୟବର ସାଂସଦ ପୁରୀ, ଡା. ସମ୍ବିତ୍ ପାତ୍ର,ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତୀର୍ଥଯାତ୍ରୀ ବସକୁ ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ l ଏହି ଯୋଜନାରେ ଜିଲ୍ଲାର ସମୁଦାୟ ୧୧୯ ଜଣ ତୀର୍ଥ ଯାତ୍ରୀ ଯାତ୍ରା କରିଛନ୍ତି l
ମାନ୍ୟବର ସାଂସଦ ସମସ୍ତ ତୀର୍ଥଯାତ୍ରୀଙ୍କୁ ଅଯୋଧ୍ୟା ଓ ବାରାଣସୀ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇଥିଲେ ଏବଂ ରାମ ନାମ ଆଉ ଶିବ ନାମକୁ ତୀର୍ଥଯାତ୍ରୀମାନଙ୍କ ସହିତ ଗାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ମାନନୀୟା ଜିଲ୍ଲାପାଳ ମଧୁମିତା ରଥ ଯାତ୍ରୀ ମାନେ କିଭଳି ଭାବେ ସୁରୁଖୁରୁରେ ଯିବା ଆସିବା କରିବେ ତା ଉପରେ ଆଲୋଚନା କରିଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ଭାବରେ ଅଧ୍ୟକ୍ଷ ଜିଲ୍ଲାପରିଷଦ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ପର୍ଯ୍ୟଟନ ବିଭାଗର ଏହି କାର୍ଯ୍ୟକ୍ରମକୁ ଭୁୟସୀ ପ୍ରଂଶସା କରିଥିଲେ ।ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଜୟାନନ୍ଦ ନାୟକ ଧନ୍ୟବାଦ ଅର୍ପଣ ପ୍ରଦାନ କରିଥିଲେ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *