June 1, 2026
Home » ନୟାଗଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ନୟାଗଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

0
1001104236
ନୟାଗଡ଼ : ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସାମୟୀ ଆଚାର୍ଯ୍ୟ ମଇ ୩୧ ତାରିଖ ଦିନ ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ଶ୍ରୀମତୀ ଆଚାର୍ଯ୍ୟଙ୍କୁ ଡେପୁଟି କଲେକ୍ଟର ତପସ୍ଵିନୀ ହାଁସଦା, ଜିଲ୍ଲା କ୍ରୀଡା ଅଧିକାରୀ ସୁଜାତା ସାହୁ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ସମସ୍ତ କର୍ମଚାରୀ ଓ ଜିଲ୍ଲା ପ୍ରଶାସନର ବହୁ କର୍ମଚାରୀଙ୍କ ଉପସ୍ଥିତିରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।
ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଶ୍ରୀମତୀ ଆଚାର୍ଯ୍ୟଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀମତି ଆଚାର୍ଯ୍ୟ ନୟାଗଡ଼ରେ ଦୀର୍ଘ ଏକ ବର୍ଷ କାଳ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟକରି ନୟାଗଡ ଜିଲ୍ଲାରେ ସମସ୍ତଙ୍କର ଲୋକପ୍ରିୟ ହୋଇପାରିଥିଲେ ।ପ୍ରଭୁ ଜଗନ୍ନାଥ ଶ୍ରୀମତୀ ଆଚାର୍ଯ୍ୟଙ୍କୁ ଅବସର ପରବର୍ତ୍ତୀ ସମୟରେ ଆଉ ଗୋଟିଏ ନୂତନ ଜୀବନ ପଥରେ ଚାଲିବାରେ ସହାୟ ହୋଇ ଚଲାପଥ କୁସୁମିତ କରନ୍ତୁ ଏତିକି ପ୍ରାର୍ଥନା କରିଥିଲେ ଉପସ୍ଥିତ ସମସ୍ତ ସଦସ୍ୟ ବୃନ୍ଦ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *