August 22, 2026
Home » ପଏଁରୀ ର ସାମ୍ବାଦିକ ସମ୍ବିଳନୀ : ଜାନୁଆରୀ 1 ରୁ 3 ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପଏଁରୀ ତିହାର-2026

ପଏଁରୀ ର ସାମ୍ବାଦିକ ସମ୍ବିଳନୀ : ଜାନୁଆରୀ 1 ରୁ 3 ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପଏଁରୀ ତିହାର-2026

0
WhatsApp Image 2025-12-30 at 6.40.00 PM

l

ସୁବର୍ଣ୍ଣପୁର – ସୁବର୍ଣ୍ଣପୁର ଜିଲ୍ଲା ର ନୃତ୍ୟ, ସଂଗୀତ ଓ ନାଟକ ର ଅଗ୍ରଣୀ ଅନୁଷ୍ଠାନ ପଏଁରୀ ପକ୍ଷରୁ ସୋନପୁର ର ଇଷ୍ଟ ଦେବୀ ମା ସୁରେଶ୍ୱରୀ ଙ୍କ ମନ୍ଦିର ପରିସରରେ ଆସନ୍ତା ଜାନୁଆରୀ ୧ରୁ ୩ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବ ବୋଲି ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ବିଳନୀ ରେ ସୂଚନା ପ୍ରଦାନ କରାଯାଇଛି l ପଏଁରୀ ତିହାର -୨୦୨୬ ପାଇଁ ଆଜି ଏକ ସମ୍ବାଦିକ ସମ୍ମିଳନୀ ରେ ସବିଶେଷ ବିବରଣୀ ପ୍ରଦାନ କରାଯାଇଛି l ଚଳିତ ବର୍ଷ ଏହି କାର୍ଯ୍ୟକ୍ରମ ସୁରେଶ୍ୱରୀ ମନ୍ଦିର ପରିସରରେ ହେବାକୁ ଥିବା ବେଳେ ତିନି ଦିନ ଧରି ହେବାକୁ ଥିବା ଏହି ତିହାର ରେ ପୂର୍ଵ ବର୍ଷ ପରି ଚଳିତ ବର୍ଷ ଜାନୁଆରୀ ୧ ତାରିଖ ରେ ମା ସୁରେଶ୍ୱରୀ ଙ୍କ ପୂଜା ପରେ ମନ୍ଦିର ରୁ ଏକ ଶୋଭାଯାତ୍ରା ବାହାରି ସୁରେଶ୍ୱରୀ ମନ୍ଦିର ନିକଟ ମଞ୍ଚ ନିକଟ ରେ ପହଞ୍ଚିବ l ପରେ ନିଜ ଅଂଚଳ ର କଳାକାର ମାନଙ୍କୁ ନେଇ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ତିନି ଦିନ ଧରି ପ୍ରତ୍ୟେକ ସନ୍ଧ୍ୟା ୫ଟା ରେ ଲୋକ ଗୀତ ଓ ସନ୍ଧ୍ୟା ୭ଟା ରେ ପ୍ରଥମ ସନ୍ଧ୍ୟା ର ଅତିଥି ମାନଙ୍କୁ ନେଇ ସଭା ଓ ପରେ ଲୋକନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସୂଚନା ଦେଇଛନ୍ତି ଅନୁଷ୍ଠାନ ର ସମ୍ପାଦକ ଚୌଧୁରୀ ବିଭାର l ଏହି ସାମ୍ବାଦିକ ସମ୍ମିଳନୀ ରେ ଅନୁଷ୍ଠାନ ର ସଭାପତି ଲଡ଼ୁକିଶୋର ମଲ୍ଲିକ ସଭାପତିତ୍ୱ କରିଥିବା ବେଳେ ଉପଦେଷ୍ଟା ଅଭିମନ୍ୟୁ କୁଶଳ, ଉପଦେଷ୍ଟା ତଥା ସମାଜସେଵୀ ଶ୍ରୀବତ୍ସ ମଲ୍ଲିକ, ଉପସଭାପତି ପ୍ରଫୁଲ୍ଲ ନାଏକ, ଅନୁଷ୍ଠାନ ର ସହ ସମ୍ପାଦକ ପୃଥ୍ୱୀରାଜ ବାଘ, କୋଷାଧ୍ୟକ୍ଷ ସୁଶାନ୍ତ ସାହୁ, କଲଚରାଲ କୋଡିନେଟର ସନ୍ତୋଷ ମିଶ୍ର, ସନ୍ତୋଷ ପାଢ଼ୀ, ଅମିତ ସାହୁ, ସୌମ୍ୟ ରଞ୍ଜନ ସେଠୀ, ଲଳିତ ମେହେର, ଗୋପାଳ ମେହେର ଓ ପଏଁରୀ ଅନୁଷ୍ଠାନ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l ପରେ ଉପ ସଭାପତି ପ୍ରଫୁଲ୍ଲ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।