ବିଶ୍ୱ ପଖାଳ ଦିବସ

୧୯୩୪ ମସିହାରେ ଗାନ୍ଧୀଜୀଙ୍କର ଓଡ଼ିଶାରେ ପଦଯାତ୍ରା ସମୟରେ ପିପିଲି ନିକଟସ୍ଥ ଶିଉଳା ଛକଠାରେ ପଦଯାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନର ଆୟୋଜନ କରାଯାଇଥିଲା । ମଧ୍ୟାହ୍ନ ଭୋଜନପରେ ଯେଉଁ ଭାତ ବଳିଯାଇଥିଲା, ଓଡ଼ିଆ କର୍ମୀମାନେ ତାକୁ ନଷ୍ଟ ନକରି ପଖାଳ କରିଦେଇଥିଲେ ଓ ସେଇ ପଖାଳକୁ ପଦଯାତ୍ରୀମାନେ ପୁଣି ଉପରଓଳି ଖାଇ ପାରିଥିଲେ । ଏହା ଦେଖି ମହାତ୍ମା ଗାନ୍ଧୀ କହିଥିଲେ, “ଓଡ଼ିଶାର ଲୋକ ଠିକ ଜାଣିଛନ୍ତି ଖାଦ୍ୟର ସଦବ୍ୟବହାର” ।
ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ ।
ଓଡ଼ିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ । ଉଷୁନା ପଖାଳ ଓ ଅରୁଆ ପଖାଳ ମଧ୍ୟରୁ ମହାପ୍ରଭୁଙ୍କର ଉପାସନାରେ କେବଳ ଅରୁଆ ପଖାଳ ପ୍ରଚଳନର ବ୍ୟବସ୍ଥା ରହିଛି । ସାଧାରଣ ଜୀବନରେ ଆବଶ୍ୟକତା ଅନୁଯାୟୀ ମଣିଷଟିଏ ଦିନରେ ଏବଂ ରାତିରେ ପଖାଳ ଗ୍ରହଣ କରୁଥବା ବେଳେ ମହାପ୍ରଭୁ କେବଳ ସନ୍ଧ୍ୟାଧୂପରେ ପଖାଳ ଭୋଗ ଗ୍ରହଣ କରନ୍ତି । ପ୍ରକାର ଭେଦରେ ଏଗୁଡ଼ିକ ବିଭିନ୍ନ ପ୍ରକାରର ରହିଥାଏ । ଅଦା ପକାଯାଇ ଚୁପୁଡ଼ା ପଖାଳ, ଟଭାରେ ଟଭା ପଖାଳ, ଜିରା, ଅଦା ଓ ମସଲାଦ୍ୱାରା ପ୍ରସୂତ ସୁବାସିତ ପଖାଳ ଏବଂ ଦହିରେ ହୋଇଥାଏ ଦହି ପଖାଳ ।
ଶ୍ରୀଗୁଣ୍ଡିଚାଠାରୁ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମୟକୁ ଛାଡ଼ିଦେଲେ ବାକି ବର୍ଷର ସମସ୍ତ ଦିବସରେ ଦାରୁଦିଅଁ ପଖାଳରେ ଆତ୍ମସନ୍ତୋଷ ପାଇଥାନ୍ତି ।[୮] ଗ୍ରୀଷ୍ମଦିନେ ଶ୍ରୀଜଗନ୍ନାଥଙ୍କ ପାଖରେ ପଖାଳ ଭୋଗ କରାଯାଇଥାଏ । ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବାପାଇଁ ଚନ୍ଦନଯାତ୍ରା ଅବସରରେ ଦହି ପଖାଳ ମଣୋହି କରି ମଦନମୋହନ ଚାପଖେଳ ପାଇଁ ବାହାରନ୍ତି ।
ଖରାଦିନେ ଭକ୍ତମାନେ ମହାପ୍ରସାଦକୁ ପଖାଳ କରି ଖାଇବାର ଦେଖାଯାଏ । ପ୍ରତିଦିନ ସକାଳୁ ଶ୍ରୀମନ୍ଦିରରେ ଟଙ୍କ ତୋରାଣି ମିଳିଥାଏ, ଯାହା ମହା ପ୍ରସାଦ ପଖାଳରୁ ପ୍ରସ୍ତୁତ ହୋଇଥାଏ ।
ଛପନ ଭୋଗରେ ବଡ଼ଦେଉଳରେ ଜଗନ୍ନାଥଙ୍କ ପାଖରେ ଲାଗୁଥିବା ଛପନ ଭୋଗରେ ସନ୍ଧ୍ୟା ଧୂପ (ତୃତୀୟ ଧୂପ)ରେ ପଖାଳ ଲାଗି ହୋଇଥାଏ । ସନ୍ଧ୍ୟା ୭.୦୦ରୁ ୮.୦୦ଟା ସମୟରେ ଜୟ ମଙ୍ଗଳ ଆଳତି (ସନ୍ଧ୍ୟା ଆଳତି) ପରେ ଏହା ଅର୍ପଣ କରାଯାଏ। ମନ୍ଦିରରେ ଦୁଇ ପ୍ରକାରର ପଖାଳ ଭୋଗ ଭାବରେ ଲାଗି କରାଯାଇଥାଏ । ପାଣି ପଖାଳ:୨୩ ଓଳି ଚିପୁଡ଼ା ପଖାଳ: ୧୪ ଓଳି ପର୍ବପର୍ବାଣିରେ ମାର୍ଗଶୀରମାସ ମାଣବସା ଗୁରୁବାର ଓଷାରେ ମହାଲକ୍ଷ୍ମୀଙ୍କଠାରେ ପଖାଳ ଓ କଳମଶାଗ ଭୋଗ ଦେବାର ପରମ୍ପରା ମଧ୍ୟ ରହିଛି । ପଶ୍ଚିମ ଓଡ଼ିଶାର ଭାଇ ଜିଉନ୍ତିଆ ଓଷା ପରଦିନ ଭଉଣୀମାନେ ପଖାଳ ଖାଇବାର ପରମ୍ପରା ରହିଛି । ବର ସହ କନ୍ୟାଘରର ପାରସ୍ପରିକ ମଧୁର ସମ୍ପର୍କ ଆରମ୍ଭ ହୋଇଥାଏ ପଖାଳରୁ । ବାହାଘର ପରେ କନ୍ୟାଘରେ ବର ଗାଧୁଆ ସାରି ନୂଆ ପୋଷାକ ପିନ୍ଧି ଶାଶୁ ବା ଭାଉଜଙ୍କଦ୍ୱାରା ଶାଳୀ ବା କନ୍ୟାର ସାଙ୍ଗସାଥିମାନଙ୍କ ଗହଣରେ ଦହି-ପଖାଳ ଖାଇଥାଏ । ଲିଙ୍ଗରାଜ ମନ୍ଦିରରେ ଲିଙ୍ଗରାଜ ମନ୍ଦିରରେ ଠାକୁରଙ୍କୁ ବଡ଼ସିଂହାର ଭୋଗବେଳେ ପଖାଳ ଓ କଦଳୀ ଭଜା ଅର୍ପଣ କରାଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଓ ମଧୁସୂଦନ ସାହୁ ଙ୍କ ରିପୋର୍ଟ ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର