ପଞ୍ଚୁକ ପାଞ୍ଚ ଦିନ
କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକମାସରଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟକରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି ।ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥା
କିମ୍ବଦନ୍ତୀ ରହିଛି ଯେ ରାକ୍ଷସ ଜଳନ୍ଧର ନିଜ ସତୀ ସ୍ୱାଧୀ ପତ୍ନୀ ତୁଳସୀଙ୍କ ପାତିବ୍ରତ୍ୟ ବଳରେ ବଳୀୟାନ ହୋଇ ଉଠିଥିଲା ଏବଂ ବୃନ୍ଦାବତୀଙ୍କ ସତୀତ୍ୱ ଅମ୍ଳାନ ରହିଥିବା ପର୍ଯ୍ୟନ୍ତ ଦେବତାମାନେ ବହୁ ଚେଷ୍ଟା ସତ୍ତ୍ୱେ ଜଳନ୍ଧର କୌଣସି ଅନିଷ୍ଟ କରିପାରି ନଥିଲେ ।
ଆକାଶଦୀପ ପ୍ରତିଷ୍ଠା କାର୍ତ୍ତିକ କୃତ୍ୟର ଆଉ ଏକ ଅବଦାନ । କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ ଏବଂ ସେମାନଙ୍କ ଅନ୍ଧକାରାଚ୍ଛନ୍ନ ଦୁର୍ଗମ ପଥକୁ ଆଲୋକିତ କରିବା ସକାଶେ ଉଚ୍ଚ ସ୍ଥାନରେ ଏହି ପ୍ରଦୀପ ପ୍ରଜ୍ଜଳନ ବିଧି ପ୍ରଚଳିତ । ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଉଥାଏ । ପୂର୍ଣ୍ଣିମା ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ । ସେ ଦିନ ପ୍ରତ୍ୟୁଷରୁ ଆବାଳ- ବୃଦ୍ଧା- ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଖେଳଣା ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି । ଏହି ସମୟରେ ଗାନ କରନ୍ତି ‘ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।’ ବିଶ୍ୱାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । ଆଷାଢ଼, କାର୍ତ୍ତିକ, ମାଘ ଓ ବୈଶାଖ- ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ । ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ । ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ । ଏହି ଅବସରରେ ଓଡ଼ିଶାର ନରନାରୀ ଜଳରେ ସ୍ୱଦେଶ ସଂସ୍କୃତିର ପ୍ରତୀକ ଉପାସନା ସାମଗ୍ରୀ ତାମ୍ବୁଳ, ଅକ୍ଷତ ଓ ତିଳ ନିକ୍ଷେପ ପୂର୍ବକ ପ୍ରତିଦାନ ସ୍ୱରୂପ ଦେବତାଙ୍କ ଠାରୁ ପୁଣ୍ୟ କାମନା କରିଥାନ୍ତି । ଏହି ଅବକାଶରେ ଶ୍ୟାମଦେଶ (ଥାଇଲ୍ୟାଣ୍ଡ )ରେ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ଏବେ ମଧ୍ୟ ପ୍ରଚଳିତ । ଏହି ପୂର୍ଣ୍ଣିମା ଅବକାଶରେ ପ୍ରାଚୀନ ଉତ୍କଳର ରାଜଧାନୀ କଟକନଗରୀ ଉପକଣ୍ଠସ୍ଥ ବାରବାଟୀ ଦୁର୍ଗ ନିକଟବର୍ତ୍ତୀ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହୁଏ । ଏହା ଓଡ଼ିଶାର ଏକ ପ୍ରଧାନ ଉତ୍ସବ ।ଉତ୍କଳର ବିଲୁପ୍ତ ନୌପରମ୍ପରା ସହିତ ଏହାର ସଂପୃକ୍ତି ରହିଛି ।କାର୍ତ୍ତିକ ପୂର୍ଣ୍ଣିମା ବୋଇତ ବନ୍ଦାଣ ଦିବସ ନାମରେ ମଧ୍ୟ ଖ୍ୟାତ ।କିମ୍ବଦନ୍ତୀ ଅନୁସାରେ ବଗସବୁ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରହନ୍ତି ବୋଲି କଥିତ ଥିବାରୁ ଏହାକୁ “ବକ ପଞ୍ଚକ” ମଧ୍ୟ କୁହାଯାଏ ।ଶର ଶଯ୍ୟା ଉପରେ ଶାୟିତ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ସେ ଭୀଷ୍ମଙ୍କୁ କହିଲେ, “ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ଜଳର ଇଚ୍ଛା କରିଛନ୍ତି । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯାହାଦ୍ୱାରା ଆପଣଙ୍କର ଦେହମନ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ ଓ ଏହା ପ୍ରତିବର୍ଷ ପାଳିତ ହେବ” । ସାଧାରଣତଃ ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଲୋକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନକରନ୍ତି ।କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ ସମସ୍ତ ଦେବତା ପ୍ରସନ୍ ନହୋଇ ବର ପ୍ରଦାନ କରନ୍ତି ବୋଲି ଲୋକ ବିଶ୍ୱାସ ମଧ୍ୟ ରହିଛି ।
ଇପିଏ ରୁ ବିରଞ୍ଚି ନାରାୟଣ ପତ୍ରୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )