ପଲଶାଗୋରା କସ୍ତୁରବାଗାନ୍ଧୀ ବାଳିକା ବିଦ୍ୟାଳୟ ରେ ଜାତୀୟ ଶିଶୁ କନ୍ୟା ଦିବସ ପାଳିତ
ସୁବର୍ଣ୍ଣପୁର : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଠାରେ ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ମାନିନୀ ସାହୁଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପଲଶାଗୋରା ଗ୍ରାମପଞ୍ଚାୟତ ର ସରପଞ୍ଚ ସୁଶ୍ରୀ ସୌଦାମିନୀ ମଲ୍ଲିକ ମୁଖ୍ୟ ଅତିଥି,ଅବସରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ଆଶାଲତା ଦାଶ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ l
ଏହି ଅବସରରେ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ( କେ ଜି ବି ଭି ) ରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l କୃତୀ ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା l ୱାଡେନ୍ନ ଶ୍ରୀମତୀ ପୂର୍ଣ୍ଣମାସୀ ଗନ୍ତାୟତ, ଶିକ୍ଷୟିତ୍ରୀ ଶ୍ରୀମତୀ ବାସନ୍ତୀ ପ୍ରହରାଜ, ତ୍ରିପୁରା ପ୍ରଧାନ ଓ ପ୍ରତୀକ୍ଷା ସାହୁ ଏହି ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l
ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର