August 20, 2026
Home » ପାରାଦୀପ ବନ୍ଦର ତରଫରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ପାରାଦୀପ ବନ୍ଦର ତରଫରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

0
WhatsApp Image 2024-12-03 at 9.06.10 PM

ପ୍ରତି ବର୍ଷ ପରି ପାରାଦୀପ ବନ୍ଦର ଓ ପାରାଦୀପ ଲେଡିଜ୍ କ୍ଲବ ସହଯୋଗରେ ପରିଚାଳିତ ଭିନ୍ନକ୍ଷମ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ବିଦ୍ୟାଳୟ ଜାଗୃତି ପରିସରରେ ପାରାଦୀପ ବନ୍ଦର ତରଫରୁ ଡିସେମ୍ବର ୩ ତାରିଖ ଦିନ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ବନ୍ଦର ଅଧ୍ୟକ୍ଷ ପି ଏଲ ହରନାଧ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ବନ୍ଦର ଅଧ୍ୟକ୍ଷ ନିଜ ଭାଷଣରେ କହିଥିଲେ କି ମୁଁ ପିଲା ମାନଙ୍କର ନିଷ୍ଠାକୁ ସାଲୁଟ କରୁଛି ଓ ପାରାଦୀପ ବନ୍ଦର ଜାଗୃତି ସ୍କୁଲର ସର୍ବାଙ୍ଗୀନ ଉନ୍ନତି ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ । ସେ ପ୍ରତିଶ୍ରୁତି ଦେଇଥିଲେ କି ସ୍ୱଳ୍ପ ସମୟ ମଧ୍ୟରେ ସ୍କୁଲର ପିଲାମାନଙ୍କ ପାଇଁ ବୃତ୍ତିଗତ, ବକ୍ତବ୍ୟ ଓ ଅଡିଓ ଥେରାପିଷ୍ଟ ବ୍ୟବସ୍ଥା କରାଯାଇ ନିୟମିତ କ୍ଲାସ କରାଯିବ ଯାହାକି ଆଗାମୀ ଦିନରେ ପିଲା ମାନଙ୍କ ମୁହଁରେ ହସ ଫୁଟାଇବ। ଏହି ଅବସରରେ ମୁଖ୍ୟ ଅତିଥି ବନ୍ଦରର ଭିନ୍ନକ୍ଷମ ଅଧିକାରୀ ଓ କର୍ମଚାରୀ ତଥା ଜାଗୃତି ସ୍କୁଲର ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ମାନଙ୍କୁ ଉପହାର ପ୍ରଦାନ କରିଥିଲେ । ପାରାଦୀପ ଲେଡିଜ କ୍ଲବ ତରଫରୁ ଜାଗୃତି ସ୍କୁଲକୁ ୨୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଅବସରରେ ବନ୍ଦରର ପ୍ରଭାରୀ ସଚିବ ଜି ଏଡିସନ ମଞ୍ଚଷିନ ଥିଲେ । ବନ୍ଦରର ବରିଷ୍ଠ କଲ୍ୟାଣ ଅଧିକାରୀ ନିରୋଜ ପଟ୍ଟନାୟକ ଅତିଥି ମାନଙ୍କୁ ସ୍ଵାଗତ କରିବା ସଙ୍ଗେ ସଙ୍ଗେ ମଞ୍ଚ ପରିଚାଳନା କରିଥିଲେ । ଜାଗୃତିର ପିଲାମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଥିଲା । ଶେଷରେ କଲ୍ୟାଣ ଅଧିକାରୀ ରାମ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମରେ ବନ୍ଦରର ବିଭାଗ ମୁଖ୍ୟ, ବରିଷ୍ଠ ଅଧିକାରୀ ଓ କର୍ମଚାରି ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed