November 14, 2025
Home » ପିସିସି ପକ୍ଷରୁ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ

ପିସିସି ପକ୍ଷରୁ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ

0
WhatsApp Image 2025-10-31 at 6.55.16 PM (2)

 

ଭୁବନେଶ୍ୱର:  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଏବଂ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି ।

 

ଏହି ଉପଲକ୍ଷେ ସକାଳେ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନାଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ସ୍ୱର୍ଗତା ଇନ୍ଦିରା ଗାନ୍ଧୀ ଓ ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ପରେ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତ ଇନ୍ଦିରାଜୀଙ୍କ ପ୍ରତିମୂର୍ତ୍ତିରେ ପିସିସି ପକ୍ଷରୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା । ଆଜିର ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ସର୍ବଶ୍ରୀ ଶିବାନନ୍ଦ ରାୟ, ସମୀର କୁମାର ରାଉତରାୟ, ସୁରେଶ କୁମାର ରାଉତରାୟ, ପ୍ରକାଶ ଜେନା, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ଜୟଶ୍ରୀ ପଟ୍ଟନାୟକ, ପୃଥିବୀ ବଲ୍ଲଭ ପଟ୍ଟନାୟକ, ପ୍ରକାଶ ମିଶ୍ର, ସୁଦର୍ଶନ ଦାସ, ଅମୀୟ କୁମାର ପଟ୍ଟନାୟକ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ମିହିର ଆଚାର୍ଯ୍ୟ, ହିମାଂଶୁ ଲେଙ୍କା, ମନୋରଞ୍ଜନ ରାଉତରାୟ, ସଂଜୟ ମିଶ୍ର,ମୋଟରାଜ ଡୁଙ୍ଗ ଡୁଙ୍ଗ, ବସନ୍ତ ମହାରଣା, ଭାସ୍କର ସେଠୀ, ଜାନକୀ ମଲ୍ଲିକ, ପ୍ରଭାତ ପ୍ରତାପ ସିଂ, ତାପସ ସେଠୀ, ଜୟକୃଷ୍ଣ ସୁବୁଦ୍ଧି, ଶିବଶଙ୍କର ବେହେରା, ଦେବେନ୍ଦ୍ର ଦାସ, ସନ୍ତୋଷ କୁମାର ନାୟକ, ଯୁଗଳ ନାୟକ, ସୁସ୍ଥିର ନାୟକ, ଖଗେଶ୍ୱର ମଲ୍ଲିକ, ପ୍ରଶନ୍ନ ପାଇକରାୟ ପ୍ରମୁଖ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *