December 27, 2025
Home » ପୁଣି ଇସ୍କନର ଅଦିନିଆ ରଥଯାତ୍ରା

ପୁଣି ଇସ୍କନର ଅଦିନିଆ ରଥଯାତ୍ରା

0
WhatsApp Image 2025-10-16 at 10.32.05 AM (1)

 ଏଥର ଅଦିନିଆ ରଥଯାତ୍ରା କରିବାକୁ ଇସ୍କନ ପ୍ରସ୍ତୁତ ହେଉନାହିଁ ବରଂ ରଥଯାତ୍ରା ଶେଷ କରିଛି। ଭଲକରି ଦେଖନ୍ତୁ UBC ହାତରେ ଲାଗିଥିବା ଏହି ଭିଜୁଆଲ୍କୁ |

ମଧୁବନ ଆଶ୍ରମ ରିଷିକେଷ ଦ୍ୱାରା ଆୟୋଜିତ 28 ତମ ଶ୍ରୀଜଗନ୍ନାଥ ରଥଯାତ୍ରା ସମ୍ପର୍ଣ୍ନ କରିଛି ଇସ୍କନ। ଚଳିତମାସ ଅକ୍ଟୋବର 7 ତାରିଖ ମଙ୍ଗଳବାର ଦିନ ଏଭଳି ଅଦିନିଆ ରଥଯାତ୍ରା ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି।

 

ଗତ 7 ତାରିଖ ମଙ୍ଗଳବାର ଦିନ ସକାଳ 9.30 ରେ ମଧୁବନ ଆଶ୍ରମ ଠାରୁ ବାହାରି ତ୍ରୀବେଣୀ ଘାଟ ଚୌକ ଦେଇ ଗୁରୁଦ୍ୱରା ଶ୍ରୀ ଗୁରୁ ସିଂ ସଭା ରେଳୱ ରୋଡ୍ ରେ ଏହି ଅଦିନିଆ ରଥଯାତ୍ରା ଶେଷ ହୋଇଛି।

ବିଧି ପରମ୍ପରା ଭାଙ୍ଗି ଇସ୍କନ ବାରମ୍ବାର ଅଦିନିଆ ରଥଯାତ୍ରା କରୁଥିବା ବେଳେ ଚଳିତମାସରେ ମଧୁବନ ଆଶ୍ରମ ରିଷିକେଷ ଦ୍ବାରା 28 ତମ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଜଗନ୍ନାଥ,, ବଳଭଦ୍ର ଓ ସୁଭଦ୍ରା ଏକ ଚାରିଚକିଆ ଗାଡିରେ ବସି ଯାଉଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ଇସ୍କନର ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ପ୍ରସଙ୍ଗରେ ସେପ୍ଟେମ୍ବର 6 ତାରିଖରେ ଗଜପତିଙ୍କ ମହାରାଜାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ନୀତି ବିରୋଧୀ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ୧୦୦ ପୃଷ୍ଠାର ଏକ ପୂର୍ଣ୍ନାଙ୍ଗ ଉତ୍ତର ଇସ୍କନକୁ ପ୍ରଦାନ କରାଯାଇଥିଲା।

 

ନୀତି ଓ ପରମ୍ପରାକୁ ନ ମାନିଲେ ଆଇନର ଆଶ୍ରୟ ନିଆଯିବ ବୋଲି ଗଜପତିଙ୍କ ଦ୍ଵାରା ଇସ୍କନକୁ ଚିଠି ଦ୍ୱାରା ଚେତାବନୀ ଦିଆଯାଇଥିଲା। ମାତ୍ର ଏକମାସ ପରେ ଇସ୍କନ ପୁର୍ନବାର ତାର ମନମାନି ଜାରି ରଖି ଚଳିତମାସ 7 ତାରିଖରେ ଅଦିନିଆ ରଥଯାତ୍ରା ଆୟୋଜନ କରିଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ପରମ୍ପରାକୁ ବାରମ୍ବାର ଅପମାନିତ କରୁଥିବା ବେଳେ ଏଥର ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ଆଇନର ଆଶ୍ରୟ ନେବାକୁ ଶ୍ରୀମନ୍ଦିର ପ୍ରଶାସନକୁ ସବୁରି ମହଲରୁ ଅନୁରୋଧ କରାଯାଇଛି।

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *