August 21, 2026
Home » ପୁନଃ ମନୋନୀତ ହେଲେ ଶ୍ରମିକ ନେତା ସନ୍ତୋଷ କୁମାର ପଟ୍ଟନାୟକ

ପୁନଃ ମନୋନୀତ ହେଲେ ଶ୍ରମିକ ନେତା ସନ୍ତୋଷ କୁମାର ପଟ୍ଟନାୟକ

0
WhatsApp Image 2026-05-07 at 1.28.29 PM

ପାରାଦ୍ୱୀପ-ପାରାଦ୍ୱୀପର ବିଶିଷ୍ଟ ଶ୍ରମିକ ନେତା ଶ୍ରୀ ସନ୍ତୋଷ କୁମାର ପଟ୍ଟନାୟକ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ପୁନଃ ମନୋନୀତ ହୋଇଛନ୍ତି। ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ଉପରେ ଏହି ଗୁରୁ ଦାୟିତ୍ୱ ଦେଇ ଥିବାରୁ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇବା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ଶ୍ରୀଯୁକ୍ତ ପଟ୍ଟନାୟକ କୁଜଙ୍ଗ ପାରାଦ୍ୱୀପ ଅଞ୍ଚଳରେ ବିଜେଡିର ଜଣେ ଛାମୁଆ ସଙ୍ଗଠକ ଭାବେ ବେଶ ପରିଚିତ। ବିଜେଡି ପକ୍ଷରୁ ରାଜ୍ୟର ରକ୍ତ ସଙ୍କଟ ଦୂର କରିବା ପାଇଁ ସାରା ରାଜ୍ୟରେ ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇ ଥିଲା ବେଳେ ସନ୍ତୋଷ କୁମାର ପଟ୍ଟନାୟକଙ୍କ ଦ୍ଵାରା ଆୟୋଜିତ ରକ୍ତଦାନ ଶିବିରରେ ୫ହଜାର ୟୁନିଟରୁ ଅଧିକ ରକ୍ତ ସଂଗ୍ରହ କରି ସାରା ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଉଚ୍ଚ ପ୍ରଶଂସିତ ହୋଇ ଥିଲେ।ସେହି ପରି ଦଳୀୟ କାର୍ଯ୍ୟକ୍ରମ ଆୟୋଜନ କରି ଦଳୀୟ ସଂଗଠନ ଦୃଢ କରିଥିଲେ। ସେ ଏକାଧିକ ସଂଗଠନର ମୁଖ୍ୟ ଭାବେ କାର୍ଯ୍ୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେ ଦଳର ଜଣେ ଶୃଙ୍ଖଳିତ କର୍ମୀ ଭାବେ ଦଳର ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ କାର୍ଯ୍ୟ କରନ୍ତି।

paradeep ru prasanta dash nka report

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed