August 22, 2026
Home »    ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ 

   ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ 

0
unnamed
ନୟାଗଡ: ନୟାଗଡ ନୁଆ ବସଷ୍ଟଣ୍ଡ ନିକଟସ୍ଥ ବୁଦ୍ଧ ମନ୍ଦିର ପରିସରରେ ବୁଦ୍ଧ ପୂର୍ଣୀମାରେ ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ ହୋଇ ଯାଇଛି| ଏହି ପୁସ୍ତକରେ ଗୌତମ ବୁଦ୍ଧଙ୍କ ସମ୍ପର୍କରେ ଅନେକ ଅନାଲୋଚିତ ବିଷୟ ସ୍ଥାନ ପାଇଛି । ପୁସ୍ତକଟିର ଲେଖକ ଶିକ୍ଷୟତ୍ରୀ ଲକ୍ଷ୍ମୀପ୍ରିୟା ସାହୁ ପୁସ୍ତକ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରକାଶ କରିଥିଲେ । ବୌଦ୍ଧ ଧର୍ମାବଲମ୍ବୀ ଅଜିତ କୁମାର ସାହୁ ଉନ୍ମୋଚନ ସନ୍ଧ୍ୟାକୁ ପରିଚାଳନା କରିଥିବାବେଳେ ସମାଜସେବୀ ପୂର୍ଣ୍ଣ ଚନ୍ଦ୍ର ସାହୁ, ସନ୍ତୋଷ ଷଡ଼ଙ୍ଗୀ,କବି ଗୋଦାବରୀଶ ମିଶ୍ର, ଶିକ୍ଷାବିତ୍ ସୁଦର୍ଶନ ପ୍ରଧାନ, ବରିଷ୍ଠ ସାମ୍ୱାଦିକ ରାମକୃଷ୍ଣ ରଥ, ବିଭୂତି ପଟ୍ଟନାୟକ, କାଉନସିଲର ଲକ୍ଷ୍ମୀଧର ମହାପାତ୍ର ପ୍ରମୁଖ ଉନ୍ମୋଚକ ଭାବେ ପୁସ୍ତକଟିକୁ ଉନ୍ମୋଚନ କରିବା ସହ ଗୌତମ ବୁଦ୍ଧଙ୍କ ଜୀବନଦର୍ଶନ ଉପରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ|ଏହି କର୍ଯ୍ୟକ୍ରମରେ ବହୁ ସାହିତ୍ୟିକ, କବି ଓ ବୁଦ୍ଧିଜୀବି ଉପସ୍ଥିତ ଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।