February 23, 2026
Home » ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

0
WhatsApp Image 2025-12-26 at 11.28.17 AM

ଯାଜପୁର: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର‌ ଶୋକ ପ୍ରକାଶ କରିଛନ୍ତି। ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଞ୍ଜିତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର କୁମାର ସିଂହ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ପରେ ଓଡ଼ିଶୀ ନୃତ୍ୟରେ ସ୍ନାତକତ୍ତୋର କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପଢ଼ିଥିଲେ । ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳର ଜଣେ କର୍ମୀ ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସଞ୍ଚିତା ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି କୋରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏଁ କାର୍ଯ୍ୟ କରିଥିଲେ। ଏହି ବିଧାନ ସଭାରେ ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।