August 20, 2026
Home » ପୋଲସରାରେ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ପୋଲସରାରେ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

0
WhatsApp Image 2026-05-25 at 7.01.45 PM

ପୋଲସରା : ପୋଲସରା ବ୍ଲକ ପରିସରରେ ଆଜି ସୋମବାର ଦିନ ଗଂଜାମ ଜିଲ୍ଲାପାଳ ଭି. କୀର୍ତ୍ତିଭାଷନ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ସରଣ୍ୟା ଏସ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ପୋଲସରା ପୌର ପରିଷଦ ସମେତ ବ୍ଲକର ୨୬ ଗୋଟି ପଞ୍ଚାୟତ ଗୁଡ଼ିକରୁ ୧୦୨ଜଣ ଅଭିଯୋଗ ଏବଂ ହିତାଧିକାରୀ ସେମାନଙ୍କର ନାମ ପଞ୍ଜିକରଣ କରିଥିଲେ। ଏମାନଙ୍କ ମଧ୍ୟରୁ ୧୭ ଜଣ ହିତାଧିକାରୀଙ୍କୁ ରେଡକ୍ରସ ତରଫରୁ ୧ଲକ୍ଷ ଟଙ୍କାର ସହାୟତା ରାଶି ଚେକ ମାଧ୍ୟମରେ ଜିଲ୍ଲାପାଳ ପ୍ରଦାନ କରିଥିବା ବେଳେ ୧୪ ଜଣଙ୍କୁ ରାସନ କାର୍ଡ ୧୧ ଜଣଙ୍କୁ ପଟ୍ଟା ସହ ଟ୍ରାଇସାଇକେଲ, ହୁଇଲଚେୟାର ଆଦି ପ୍ରଦାନ କରିଥିଲେ। ଏଥିସହ କରାଯାଇଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରାଯାଇଥିଲା। ବିଶେଷ କରି ଦୀର୍ଘ ଦିନରୁ ରହଥିବା ପୋଲସରା ସହରର ପିଇବାପାଣି ସମସ୍ୟା ଉପରେ ସ୍ୱତନ୍ତ୍ର ଆଲୋଚନା କରି ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଥିଲେ।। କାର୍ଯ୍ଯକ୍ରମରେ ଉପଜିଲ୍ଲାପାଳ ଶିବାଶିଷ ବରାଳ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ସମୀର ଜେନା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରଶାନ୍ତ କୁମାର ଦାସ ପ୍ରମୁଖଙ୍କ ସମେତ ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର, ପୁରୁଷୋତ୍ତମପୁର ଏସଡ଼ିପିଓ ସୁଜିତ କୁମାର ନାୟକ, ଥାନାଧିକାରୀ କୌଶିକ ମାଝୀ,ପୋଲସରା ସିଡ଼ିପିଓ ତିଳୋତମା ରାଉତଙ୍କ ସମେତ ସମସ୍ତ ବିଭାଗର ଜିଲ୍ଲା ଅଧିକାରୀ ମାନେ ଯୋଗଦେଇଥିଲେ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed