August 20, 2026
Home » ପୋଲସରା ପଞ୍ଚାୟତ ସମିତିର ଏକାଦଶତମ ସାଧାରଣ ବୈଠକ

ପୋଲସରା ପଞ୍ଚାୟତ ସମିତିର ଏକାଦଶତମ ସାଧାରଣ ବୈଠକ

0
WhatsApp Image 2026-05-27 at 8.01.04 PM

ପୋଲସରା ପଞ୍ଚାୟତ ସମିତିର ଏକାଦଶତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷା କଳ୍ପନା ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସଭାଗୃହରେ ଆୟୋଜିତ ବୈଠକଟିକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶମ୍ଭୁଭୂଷଣ ମହାପାତ୍ର ପରିଚାଳନା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ନିକଟରେ ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡ଼ା, ସା°ସଦ ବ୍ଲକ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ,୩୮ ନଂ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ବିଷୋୟୀ ଓ ୩୯ ନଂ ଜିଲ୍ଲା ପରିଷଦ ସଭ୍ୟା ଝୁନୁ ଦାସ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

ବିଡ଼ିଓ ସମସ୍ତଙ୍କୁ ସ୍ଵାଗତ କରିବା ସହିତ ଗତ ବୈଠକର ବିବରଣୀ ପାଠନ ଏବଂ ଦୃଢୀକରଣ ଉପରେ ଆଲୋକପାତ କରିଥିଲେ ।ଏହି ଅବସରରେ ସରକାରଙ୍କ ବିକଶିତ ଗାଁ ବିକଶିତ ଓଡ଼ିଶା (୨୦୨୬-୨୭) ଆର୍ଥିକ ବର୍ଷ ବିଭିନ୍ନ ପ୍ରକଳ୍ପ ସମ୍ବନ୍ଧୀୟ ଆଲୋଚନା, ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଓ ଅନ୍ୟାନ୍ୟ ଉନ୍ନୟନ ବିଷୟ, ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ଅଂଶୁଘାତ ନିରାକରଣ, ବିଦ୍ୟୁତ ବିଭାଗ କାର୍ଯ୍ୟକାରିତା ସହିତ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା କରାଯାଇଥିଲା । ପରେ ବିଧାୟକ ତଥା ମନ୍ତ୍ରୀ ମହୋଦୟ ଉକ୍ତ ସମସ୍ତ ବିଷୟ ପଙ୍ଖାନୁପୁଙ୍ଖ ଭାବେ ବୁଝିବା ସହ ଆବଶ୍ୟକ ନିର୍ଦ୍ଦେଶ ଦେଇ ଲୋକଙ୍କ ସମସ୍ୟାଗୁଡ଼ିକୁ ସମାଧାନ କରିବାକୁ ବିଡ଼ିଓ ଏବଂ ଉପସ୍ଥିତ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହ ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟଗୁଡ଼ିକ ଉପରେ ଆଲୋକପାତ କରିଥିଲେ । ଶେଷରେ ବିଡ଼ିଓ ମହୋଦୟ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed