August 21, 2026
Home » ପୋଲିସ ବିଭାଗ ଏବଂ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ

ପୋଲିସ ବିଭାଗ ଏବଂ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ

0
WhatsApp Image 2026-03-13 at 4.12.06 PM

 ଶୁକ୍ରବାର ଦିନ ସକାଳ ୧୦.୩୦ ରୁ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ବରଗଡ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ପୋଲିସ ବିଭାଗ ଏବଂ ଅବକାରୀ ବିଭାଗ ପକ୍ଷରୁ ଏକ ମିଳିତ କାର୍ଯ୍ୟକାରୀ ସ୍କ୍ୱାର୍ଡ ଗଠିତ ହୋଇ COTPA -2003 (ତମାଖୁ ନୀୟନ୍ତ୍ରଣ) ନୀୟମ ଭଙ୍ଗକରି ସର୍ବସାଧାରଣ ସ୍ଥାନମାନଙ୍କରେ ତମାଖୁ ଉତ୍ପାଦ ବିକ୍ରି କରୁଥିବା ୧୭ ଜଣ ନିୟମ ଖିଲାପକାରୀଙ୍କ ଠାରୁ ସମୁଦାୟ ଟ.୩୦୫୦/ – ଜୋରିମାନା ସଂଗ୍ରହ କରାଯିବା ସହ ସବୁ ହୋଟେଲ,ଠେଲାମାନଂକୁ ସଫା ପାଣି ଦେବା, ସଫା ସୁତୁରା ପରିବେଶ ରଖିବା ତଥା ବାସି ଖାଦ୍ୟ ନ ଦେବା, ଖାଦ୍ୟରେ ରଂଗ ବ୍ୟବହାର ନ କରିବା, ଖବରକାଗଜ ରେ ଖାଦ୍ୟ ସାମଗ୍ରୀ ନ ଦେବା, ଭେଷଜ ବ୍ୟବସାୟୀମାନଙ୍କୁ ନାରକୋଟିକ ଔଷଧଗୁଡ଼ିକୁ ବିନା ଡାକ୍ତରଂକ ପରାମର୍ଶରେ ବିକ୍ରୀ କରିପାରିବେ ନାହିଁ ବୋଲି ଏବଂ ତମାଖୁ ବ୍ୟବହାରର କ୍ଷତି ବିଷୟରେ ସଚେତନ କରାଗଲା ।

ଉକ୍ତ ମିଳିତ କାର୍ଯ୍ୟକାରୀ ସ୍କ୍ୱାର୍ଡରେ ସ୍ୱାସ୍ଥ୍ୟ ବିଭାଗରୁ ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ଶ୍ରୀ ପରମେଶ୍ୱର ନାଏକ, ଜିଲ୍ଲା ପରମର୍ଶଦାତା ଶ୍ରୀମତୀ ସ୍ବାଗତିକା ବେହେରା, ଜିଲ୍ଲା ଭେଷଜ ନିରୀକ୍ଷକ ଦୀପକ କୁମାର ସିଂହ ଏବଂ ପୋଲିସ ବିଭାଗରୁ ଅକ୍ଷୟ ସାହୁ ଓ ଟିମ ଏବଂ ଅବକାରୀ ବିଭାଗରୁ ଏ ଏସ ଆଇ ମଳୟ କୁମାର ପଧାନ ଓ ଟିମ ଉପସ୍ଥିତଥିଲେ ।

ଇପିଏର ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ(ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍‌ସୀ) ରିପୋର୍ଟ,

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed