May 28, 2026
Home » ପ୍ରସିଦ୍ଧ ମାଘ ମେଳା : ଆଜିଠୁ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଖଲିଆପାଲି ର ସନ୍ଥକବିଙ୍କ ଭୀମଭୋଇ ଙ୍କ ସମାଧିପୀଠରେ ମାଘମେଳା

ପ୍ରସିଦ୍ଧ ମାଘ ମେଳା : ଆଜିଠୁ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଖଲିଆପାଲି ର ସନ୍ଥକବିଙ୍କ ଭୀମଭୋଇ ଙ୍କ ସମାଧିପୀଠରେ ମାଘମେଳା

0
WhatsApp Image 2025-02-09 at 4.50.49 PM

ସୁବର୍ଣ୍ଣପୁର: ପ୍ରତ୍ୟେକବର୍ଷ ଭଳି ଚଳିତବର୍ଷ ମଧ୍ୟ ସନ୍ଥକବି ଭୀମଭୋଇଙ୍କ ସାଧାନା, ସିଦ୍ଧି ଓ ସମାଧିପୀଠ ଖଲିଆପାଲି ଠାରେ ପବିତ୍ର ମାଘ ମେଳା ଅନୁଷ୍ଠିତ ହେବାକୁ ଯାଉଛି । ଆଜି ଠାରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଏହି ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଭୀମଭୋଇ ସମାଧି ପୀଠ ଟ୍ରଷ୍ଟ ଓ ମାଘମେଳା କମିଟିର ମିଳିତ ଆନୁକୂଲ୍ୟରେ ହେବାକୁଥିବା ଏହି ସାରସ୍ୱତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ୧୦ ତାରିଖ ଦିନ ଯୋଗ ଦେବେ । ଏହି ଦିନ ସମ୍ମାନୀତ ଅତିଥି ଭାବରେ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଏନ. ନାଗରାଜୁ, ବଲାଙ୍ଗୀର ବିଡିସିସି ବ୍ୟାଙ୍କର ପୂର୍ବତନ ସଭାପତି ଲକ୍ଷ୍ମଣ କୁମାର ମେହେର ଓ ମୁଖ୍ୟବକ୍ତା ଭାବରେ ଲଛିପୁର କଲେଜର ଅଧ୍ୟକ୍ଷ ଅରୁଣ କୁମାର ଷଢଙ୍ଗୀ ଯୋଗଦେବେ । ଠିକ ସେହିପରି ୧୧ ତାରିଖର ସଂଧ୍ୟା ୬ଟାରେ ହେବାକୁଥିବା କାର୍ଯ୍ୟକ୍ରମରେ ସୋନପୁର ବିଧାୟକ ନିରଂଜନ ପୂଝାହାରୀ ମୁଖ୍ୟଅତିଥି, ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ପ୍ରଦୀପକୁମାର ଗୁରୁ ଓ ମୁଖ୍ୟବକ୍ତା ଭାବରେ ଜିଏମୟୁର ଭୀମଭୋଇ ଗବେଷଣାକେନ୍ଦ୍ରର ମୁଖ୍ୟ ଡ. ପ୍ରଦୀପ କୁମାର ପଣ୍ଡା ମୁଖ୍ୟବକ୍ତା ଭାବରେ ଯୋଗଦେବେ । ୧୨ ତାରିଖରେ ମୁଖ୍ୟଅତିଥି ଭାବରେ ସୋନପୁର ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା ଓ ସମ୍ମାନୀତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ର ୬ଟି ବ୍ଲକର ଅଧ୍ୟକ୍ଷ/ ଅଧ୍ୟକ୍ଷା ଗଣ ଯୋଗଦେବେ । ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଟ୍ରଷ୍ଟର ଅଧ୍ୟକ୍ଷା ଅନ୍ୟା ଦାସ,ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ, ଉପଜିଲ୍ଲାପାଳ ତଥା ଟ୍ରଷ୍ଟର ଉପାଧ୍ୟକ୍ଷା ଡ. ସୌମ୍ୟରୂପା ରଥ, ମେନେଜିଂଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ, ମାଘମେଳା କମିଟିର ସଭାପତି ପୂର୍ଣ୍ଣଚନ୍ଦ୍ର ବଗର୍ତ୍ତି , ସଂପାଦକ ରଂଜନ ପୂଝାରୀ, ସୌମ୍ୟରଞ୍ଜନ ସ୍ୱାଇଁ ବିଡିଓ ସୋନପୁର ବ୍ଲକ ଓ ଯମୁନା ପ୍ରଧାନ ଜିଲ୍ଲା ସଂସ୍କୃତି ଅଧିକାରୀ ପ୍ରତ୍ୟେକ ଦିନ ଉପସ୍ଥିତ ରହିବେ । ଏହି ଅବସରରେ ଟ୍ରଷ୍ଟର ମୁଖପତ୍ର ମହିମା ମଧ୍ୟ ଉନ୍ମୋଚନ ହେବ । ଠିକ୍ ସେହିପରି ମାଘମେଳା ଅବସରରେ ପଣ୍ଡିତ ଦୈତାରୀ ମହାପାତ୍ରଙ୍କୁ ଭୀମଭୋଇ ସ୍ମୃତିସମ୍ମାନ, ସାଧୁ ପ୍ରଭାକର ଦାସଙ୍କୁ ଭୀମଭୋଇ ମହିମା ସମ୍ମାନ, ଶ୍ରୀମତୀ ମୀନା ମହାରଣାଙ୍କୁ ଭୀମଭୋଇ ସାହିତ୍ୟ ସମ୍ମାନ, ସୁଶ୍ରୀ ତିଳୋତମା ସାହୁଙ୍କୁ ଭୀମଭୋଇ କଳାସମ୍ମାନ, ସିଦ୍ଧାର୍ଥ ଅଗ୍ରୱାଲ(ଆଶିଷ)ଙ୍କୁ ଭୀମଭୋଇ ଯୁବପ୍ରତିଭା ସମ୍ମାନ ଓ ସୁଶ୍ରୀ ପ୍ରିତୀ ମହାକୁରଙ୍କୁ ଭୀମଭୋଇ କ୍ରୀଡାସମ୍ମାନ ପ୍ରଦାନ କରାଯିବ ବୋଲି ଟ୍ରଷ୍ଟର ସଂପାଦକ ଜନ୍ମେଜୟ ସ୍ୱାଇଁ ସୂଚନା ଦେଇଛନ୍ତି l
ମାଘମେଳା ଯାତ୍ରା ପାଇଁ ଏଠାରେ ହଜାର ହଜାର ସାଧୁ ସନ୍ୟାସୀ, ମହିମାଧର୍ମିଙ୍କ ସହ ସାଧାରଣଜନତାଙ୍କ ସମାବେଶ ହେବ । ଯାତ୍ରା କମିଟି ପକ୍ଷରୁ ମୀନାବଜାର ଓ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି । ମହିମାଧର୍ମର ଗୁରୁଶିଷ୍ୟ ପରଂମ୍ପରାରେ ମାଘମେଳାର ଗୁରୁତ୍ୱ ରହିଛି । ସନ୍ଥକବି ଭୀମଭୋଇ ମହିମାଧର୍ମର ସଂସ୍ଥାପକ ମହିମା ଗୋସାଇଁଙ୍କ ଗୁରୁକୃପାରେ ଦିବ୍ୟତ୍ୱଲାଭ କରିଥିଲେ ଓ ମହିମା ଧର୍ମର ପ୍ରଚାରପ୍ରସାର କରିଥିଲେ । ୧୮୭୭ ମସିହାରୁ ସୋନପୁର ଗଡଜାତ ରାଜ୍ୟର ଅଖ୍ୟାତ ପଲ୍ଲୀଖଲିଆପାଲି ଠାରେ ଭୀମଭୋଇ ଆଶ୍ରମ ସ୍ଥାପନ କରି ମହିମାଧର୍ମର ପ୍ରଚାରକ୍ଷେତ୍ର କରିଥିଲେ । ସେହିଦିନ ଠାରୁ ପ୍ରତ୍ୟେକ ବର୍ଷ ମାଘ ମାସର ଚତୁର୍ଦ୍ଦଶୀ ଓ ପୂର୍ଣ୍ଣମୀରେ ମାଘମେଳା ଅନୁଷ୍ଠିତ ହୋଇଆସୁଛି । ଭୀମଭୋଇଙ୍କ ଜୀବିତାବସ୍ଥା ସମୟରୁ ତାଙ୍କର ଶିଷ୍ୟଗଣ ଭୀମଭୋଇ ଓ ତାଙ୍କର ଆଧ୍ୟାତ୍ମିକ ସଂଗୀନୀ ଅନ୍ନପୂର୍ଣ୍ଣାଙ୍କୁ ୧୦୮ ଜଳପୂର୍ଣ୍ଣ ବେଷ୍ଟିତ ବେଦିକାରେ ବସାଇ ପାଦପୂଜା କରାଯାଉଥିଲା । ଭୀମଭୋଇଙ୍କ ମହାପ୍ରୟାଣ ପରେ ମଧ୍ୟ ଆଜି ପର୍ଯ୍ୟନ୍ତ ସେହି ପରମ୍ପରା ଚାଲୁରହିଛି । ପ୍ରତ୍ୟେକ ବର୍ଷ ମହିମାଧର୍ମିମାନେ ପବିତ୍ର ମାଘମେଳା ଯାତ୍ରା କରିଆସୁଛନ୍ତି । ମହିମାଧର୍ମ ଓ ଭୀମଭୋଇଙ୍କ ଅନୁଗାମୀମାନେ ବହୁସଂଖ୍ୟାରେ ଏଠାରେ ଯୋଗଦେଇ ଗୁରୁପୀଠରେ ସାଧୁସନ୍ୟାସୀଙ୍କ ଆଶିର୍ବାଦ ନେଉଛନ୍ତି । ୧୯୯୯ ମସିହାରୁ ଭୀମଭୋଇ ସମାଧିପୀଠଟ୍ରଷ୍ଟ ଗଠନ କରାଯାଇ ପୀଠର ଉନ୍ନତିକରଣ କରାଯାଉଛି । ସୋନପୁର ବିଧାୟକ ନିରଂଜନ ପୂଝାହାରୀ, ରାଜ୍ୟସରକାରଙ୍କ ପର୍ଯ୍ୟଟନ ବିଭାଗ, ଜିଲ୍ଲା ପ୍ରଶାସନ ଓ ପଶ୍ଚିମ ଓଡିଶା ବିକାଶ ପରିଷଦ ଅନେକ ସମୟରେ ଏହି ପୀଠର ଉନ୍ନତିକରଣ ପାଇଁ ପଦକ୍ଷେପ ନେଉଛନ୍ତି l

ରିପୋର୍ଟ — ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed