August 20, 2026
Home »   ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ

  ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ

0
1001087508

filter: 0; fileterIntensity: 0.0; filterMask: 0; module: photo; hw-remosaic: false; touch: (-1.0, -1.0); modeInfo: ; sceneMode: 8; cct_value: 4602; AI_Scene: (-1, -1); aec_lux: 249.17566; aec_lux_index: 0; hist255: 0.0; hist252~255: 0.0; hist0~15: 0.0; albedo: ; confidence: ; motionLevel: 0; weatherinfo: null; temperature: 38;

 ନୟାଗଡ ୨୦ ତାରିଖ ପୂର୍ବାହ୍ନ ୧୦ ଘଟିକା ସମୟରେ ନୟାଗଡ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମାନ୍ୟବର ବିଧାୟକ ନୟାଗଡ ଡଃ ଅରୁଣ କୁମାର ସାହୁ, ମାନ୍ୟବର ବିଧାୟକ ଖଣ୍ଡପଡ଼ା ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଇଂ ଦୁଷ୍ମନ୍ତ କୁମାର ସ୍ୱାଇଁ, ମାନ୍ୟବର ବାଚସ୍ପତି ତଥା ବିଧାୟକ ରଣପୁରଙ୍କ ପ୍ରତିନିଧି ଅଭିଷେକ ‌ସାମନ୍ତରାୟ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ରୋଜିନ। ଦାସ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତପତି ରାଜ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଜିତେନ୍ଦ୍ର କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ । ବୈଠକ ପରିଚାଳନା କରିଥିଲେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତଥା ଡେପୁଟୀ କଲେକ୍ଟର ତପତି ରାଜ। ବୈଠକର ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ୱଳନ କରାଯାଇ ଶୁଭାରମ୍ଭ କରାଯାଇଥିଲା। ଏହା ପରେ ଅତିଥିମାନଙ୍କୁ ଚାରା ଏଵଂ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା। ପରେ ପରେ ପୂର୍ବ ବର୍ଷର ବୈଠକର ବିବରଣୀ ଅନୁଯାୟୀ ଆଲୋଚନା କରାଯାଇଥିଲା। ବୈଠକର ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ଵାଗତ କରି ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ କହିଲେ ଓ କିପରି ଜିରୋ କାଜୁଆଲିଟିକୁ ଆଖି ଆଗରେ ରଖି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବାକୁ ହେବ ତାହା ଉପରେ ଆଲୋଚନା କରିଥିଲେ । ବିପର୍ଯ୍ୟୟ ସମୟରେ ତ୍ୱରିତ ଭାବେ କାର୍ଯ୍ୟ କ୍ଷେତ୍ରରେ ପ୍ରତ୍ୟେକ ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଥିଲେ । ସେହିପରି ମାନ୍ୟବର ବିଧାୟକ ନୟାଗଡ ବକ୍ତବ୍ୟରେ କହିଲେ ଯେ, ଭବିଷ୍ୟତର ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ରିଜୋଲିୟୁସନ କରାଯାଉ।
କାଳ ବୈଶାଖୀ, ବଜ୍ରପାତ, ମରୁଡ଼ି ଏଵଂ ବନ୍ୟା ସମୟରେ ସତର୍କ ରହିବାକୁ ପ୍ରଶାସନକୁ ପରାମର୍ଶ ଦେଇଥିଲେ । ମାନ୍ୟବର ବିଧାୟକ ଖଣ୍ଡପଡ଼ା ମଣିପୁର ନଦୀବନ୍ଧ ନିର୍ମାଣ ପାଇଁ ବନ୍ୟାର ଭୟ ନଥିବା କଥା ପ୍ରକାଶ କରିଥିଲେ ଏଵଂ ପୂର୍ବ ବର୍ଷ ଭଳି ପ୍ରଶାସନ ସମୀକ୍ଷା କରି ସତର୍କ ରହିବାକୁ ପରାମର୍ଶ ଦେଇଥିଲେ। ମାନ୍ୟବର ବାଚସ୍ପତି ତଥା ବିଧାୟକ ରଣପୁରଙ୍କ ପ୍ରତିନିଧିଙ୍କ ଜିଲ୍ଲାର ଉନ୍ନତି ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ରହିଥିଲା। ସମୟ ନିର୍ଘଣ୍ଟ ଓ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ସମସ୍ତ ଲାଇନ୍ ବିଭାଗର ଅଧିକାରୀ, ଯନ୍ତ୍ରୀ, ଜିଲ୍ଲାସ୍ତରୀୟ, ବ୍ଲକ ସ୍ତରୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବାକୁ ଟିପିସିଓଡିଲ ଏଵଂ ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ବିଷୟରେ ପିଏଚଡି ଏବଂ ଆରଡବ୍ଲ୍ୟୁଏସଏସ ଯନ୍ତ୍ରୀଙ୍କୁ ପରାମର୍ଶ ଦିଆଯାଇଥିଲା। ସ୍ୱାସ୍ଥ୍ୟ ସେବା ବିଷୟରେ ଜିଲ୍ଲା ଚିକିତ୍ସା ଅଧିକାରୀଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ଅଂଶୁଘାତ ପାଇଁ ସ୍ୱତନ୍ତ୍ର ପ୍ରକୋଷ୍ଠ ସହିତ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ବିପର୍ଯ୍ଯୟ ସମୟରେ ସମସ୍ତ ଲାଇନ୍ ବିଭାଗ ଅଧିକାରୀମାନଙ୍କର ସମନ୍ୱୟ ରଖିବାକୁ ପରାମର୍ଶ ଦିଆଯାଇଥିଲା ।ଏହି ବୈଠକରେ ଅଧିକାଂଶ ବିଡ଼ିଓ, ଜିଲ୍ଲା ସ୍ତରୀୟ ଇରିଗେସନ୍ ଅଧିକାରୀ,ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ, ପ୍ରଭୃତି ଅନେକ ଅଧିକାରୀ ଉପସ୍ଥିତ ନଥିବାରୁ କ୍ଷୋଭ ପ୍ରକାଶ ପାଇଥିଲା ।ଜିଲ୍ଲାପାଳ ଶ୍ରୀମତୀ ରଥ ଅସୋନ୍ତୋଷ ପ୍ରକାଶ କରିବାସହିତ ଉପସ୍ଥିତନଥିବା ଅଧିକାରୀଙ୍କୁ କୈଫତ ତଲବ କରାଯିବା ପ୍ରକାଶ କରିଥିଲେ । ଶେଷରେ ଧନ୍ୟବାଦ ଅର୍ପଣ କରାଯାଇ ସଭା ସାଙ୍ଗ କରାଯାଇଥିଲା ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed