February 23, 2026
Home » ଫାଉଣ୍ଡେସନ ସାକ୍ଷରତା ଓ ସଙ୍ଖ୍ୟାତ୍ମକତା (ଏଫଏଲଏନ) ତାଲିମ ସମାପିତ

ଫାଉଣ୍ଡେସନ ସାକ୍ଷରତା ଓ ସଙ୍ଖ୍ୟାତ୍ମକତା (ଏଫଏଲଏନ) ତାଲିମ ସମାପିତ

0
WhatsApp Image 2025-02-01 at 3.47.12 PM

ନୀତି ଆୟୋଗ ଦ୍ଵାରା ୨୭/୦୧/୨୦୨୫ ତାରିଖରେ ଆରମ୍ଭ ହୋଇଥିବା ୧୦୦ଟି ପୋଷ୍ୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଦୁଇଟି ପର୍ଯ୍ୟାୟ ତାଲିମ ଆଜି ଉଦଯାପିତ ହୋଇଯାଇଛି । ପ୍ରଥମ ଦିନ ଉଦ୍ ଘାଟନ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୋମନାଥ ପ୍ରଧାନ ଯୋଗ ଦେଇଥ‌ିବା ବେଳେ, ଉଭୟ ଉଦଘାଟନୀ ଓ ଉଦଯାପନୀ ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ବିଶ୍ବନାଥ ସାହୁ ଉପସ୍ଥିତ ରହି ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ ।

ତଲିମରେ ଯୋଗ ଦେଇଥିବା ସମସ୍ତ ଅଂଶଗ୍ରହଣକାରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ଓ ସମସ୍ତ ଅଂଶଗ୍ରହଣକାରୀ ମାନଙ୍କ ଦ୍ବାରା ଅଭିନୟ ଶିକ୍ଷଣ କାର୍ଯ୍ୟ, ସଂଳାପ କଥନ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ, କବିତା ଲିଖନ ଆଦି କାର୍ଯ୍ୟ ଅନୁଷ୍ଠିତ କରାଯାଇଥିଲା । ଏହି ଅବସରରେ, ଜିଲ୍ଲାର ୪୨ ଗୋଟି ବିଦ୍ୟାଳୟକୁ ପିଲାଙ୍କ ଶିକ୍ଷଣ ପାଇଁ ସ୍ମାର୍ଟ ଶିକ୍ଷଣ ଟେବୁଲ୍ ପ୍ରଦାନ କରାଯିବାକୁ ଘୋଷଣା କରାଯାଇଥିଲା । ଏହି ସ୍ମାର୍ଟ ଟେବୁଲରେ ପ୍ରଥମ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଷୟର ସମସ୍ତ ପ୍ରସଙ୍ଗର ଶିକ୍ଷଣ କାର୍ଯ୍ୟ, ଗୀତ, ଗଳ୍ପ, ସନ୍ନିବେଶିତ ହୋଇରହିଛି । ଏହି ତାଲିମ କାର୍ଯ୍ୟକ୍ରମରେ ଏଡିଡବ୍ଲୁଓ ଶ୍ରୀ ସୁମନୁ ମାଝୀ, ବିଇଓ ଶ୍ରୀ ରବୀନ୍ଦ୍ର ଧର, ଏବିଇଓ ଶ୍ରୀ ଗୌରାଙ୍ଗ ସଜ୍ଜନ ଓ ଶ୍ରୀ ଅଶ୍ବିନୀ ମାଝୀ ଆସି ସମସ୍ତଙ୍କୁ ମାର୍ଗଦର୍ଶନ କରିଥିଲେ ସାଧନ କର୍ମୀରୂପେ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର ସେନାପତି, ଶ୍ରୀ ସୁରେନ୍ଦ୍ର ସାହୁ, ଶ୍ରୀ ଜୟନ୍ନ ପୋଇ, ଶ୍ରୀ ପ୍ରମୋଦ କୁମାର ବାରିକ, ଶ୍ରୀ ରାମପ୍ରସାଦ ପାଢୀ, ଶ୍ରୀ ପ୍ରମୋଦ ଦାସ, ଶ୍ରୀ ଅଶୋକ ହାଲଦାର ଓ ଶ୍ରୀ ରାମକୃଷ୍ଣ ପାଢୀ ଯୋଗ ଦେଇଥ‌ିବା ବେଳେ ଜିଲ୍ଲା ଆଦିବାସୀ ଶିକ୍ଷା ତଥା ଶୈକ୍ଷିକ ସଂଯୋଜକ ଶ୍ରୀ ଶେଷଶଙ୍କର ମହାଳିକ ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ । ଜିଲ୍ଲା ଶୈକ୍ଷିକ ପରାମର୍ଶଦାତା ଶ୍ରୀ ସୀତାରାମ ଗୌଡ, ଶ୍ରୀ ସତ୍ୟବ୍ରତ ମିଶ୍ର ଓ ଶିକ୍ଷକ କାଳୁ ଚରଣ ମହାରଣା ସହଯୋଗ କରିଥିଲେ ।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।