ବଉଳସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ l
ସୁବର୍ଣ୍ଣପୁର —ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଦପଲା ପଞ୍ଚାୟତ ଅନ୍ତର୍ଗତ ବଉଳସିଙ୍ଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବ୍ଲକ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଳି, ଏବିଇଓ ଦୁର୍ଗାଚରଣ ପ୍ରଧାନ, ଏବିଇଓ ନୀଳମଣି ପଣ୍ଡା, ଦପଲା ସିଆରସିସି ଶ୍ରୀମନ୍ତ କହଁର , ଶିକ୍ଷକ ଗୋବିନ୍ଦ ମହାକୁଡ଼, ନାରାୟଣ ମହାକୁଡ଼, ଶିକ୍ଷୟିତ୍ରୀ ଅନିତା ମେହେର, ସମିତି ସଭ୍ୟା ସସ୍ମିତା ପୁରୋହିତ ଓ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦିଲୀପ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ | ପ୍ରଧାନଶିକ୍ଷକ ଦିଲୀପ ମହାନ୍ତି ବିଦ୍ୟାଳୟ ର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ଶିକ୍ଷକ କେଶବ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ | ଶିକ୍ଷକ ରୋହିତାଶ୍ଵ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ଓ ଶିକ୍ଷକ ଲିଙ୍ଗରାଜ ତାଣ୍ଡିଆ , ରାଜୀବ କୁମାର ସାହୁ ଓ ଗୀତାଞ୍ଜଳି ବେହେରା ପ୍ରମୁଖ ସହଯୋଗ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସଂଗୀତ, ନୃତ୍ୟ ଆଦି ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା | ପରେ କୁନି କୁନି ଛାତ୍ରଛାତ୍ରୀଙ୍କ ଦ୍ୱାରା କଅଁଲି ପତର ନାମକ ଏକ ନାଟକ ପରିବେଷଣ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମକୁ ଗ୍ରାମବାସୀଙ୍କ ସହ ଅଭିଭାବକମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଉପଭୋଗ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
