ବଣିଆପାଟ ଶିଶୁ ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ପାଳିତ

କେନ୍ଦୁଝର: ସ୍ଥାନୀୟ କଲେଜରୋଡ଼ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିଶୁ ଭାଇ ଭଉଣୀ ଶ୍ରୀରାମଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦୀନବନ୍ଧୁ ମହାକୁଡ଼ଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳନା କରାଯାଇଥିଲା ବେଳେ ବରିଷ୍ଠ ଆଚାର୍ଯ୍ୟା ମନସ୍ବନୀ ସାହା ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଶ୍ରୀରାମଙ୍କ ବିଷୟରେ ଅବଲୋକନ କରିଥିଲେ ବରିଷ୍ଠ ଆଚାର୍ଯ୍ୟ ହେମନ୍ତ ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଓ ଗୁରୁମା ଏଥିରେ ସହଯୋଗ କରିଥିଲେ ।
କେନ୍ଦୁଝର ରୁ ରୁପା ପିଲ୍ଲାଇଙ୍କ ରିପୋର୍ଟି (ଇପିଏ)ଇଷ୍ଟର୍ନ ପ୍ରେସ