August 21, 2026
Home »   “ବନ୍ଦେ ମାତରମ୍” ର ୧୫୦ ବର୍ଷ ପୂର୍ତ୍ତି ପାଳନ

  “ବନ୍ଦେ ମାତରମ୍” ର ୧୫୦ ବର୍ଷ ପୂର୍ତ୍ତି ପାଳନ

0
1000918879
ନୟାଗଡ :ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ଚାହାଳୀଙ୍କ ଆନୁକୁଲ୍ୟରେ ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ଶାଖା ” ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଛାତ୍ର/ଛାତ୍ରୀ ମାନଙ୍କ ମଧ୍ୟରେ ସଚେତନତା ପାଇଁ ଏକ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଅତିଥି ମାନଙ୍କୁ ଉପଢୌକନ ଓ ବୃକ୍ଷ ଦେଇ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଛାତ୍ରୀ ଅର୍ଚ୍ଚିତା ଆଚାର୍ଯ୍ୟ “ବନ୍ଦେ ମାତରମ୍” ଗାନ କରିଥିଲେ ।ବିଦ୍ୟାଳୟ ପଞ୍ଚସଖା ସେତୁ ସମ୍ପାଦକ ଜ୍ଞାନ ପ୍ରକାଶ ବାରିକ ଅତିଥି ପରିଚୟ ଏବଂ କାର୍ଯ୍ୟକ୍ରମର ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ ।ମୁଖ୍ୟ ବକ୍ତା ପ୍ରାକ୍ତନ ଅଧ୍ୟକ୍ଷ ମହମ୍ମଦ ଉମାର୍ ମାଲିକ ଜାତୀୟ ଶିକ୍ଷାନୀତି – ୨୦୨୦ ର ଶିକ୍ଷ୍ୟା, ସଂସ୍କୃତି ଓ କୌଶଳ ମନ୍ତ୍ରକୁ ବୁଝାଇଥିଲେ ।ସଂସ୍କୃତିର ପରିଚୟ, ଭାରତୀୟ ଉପମହାଦେଶ,ଜାତୀୟତାକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ “ବନ୍ଦେ ମାତରମ୍” ର ଆବଶ୍ୟକତା ଦର୍ଶାଇଥିଲେ ।

ମୁଖ୍ୟ ଅତିଥି ଉତ୍କଳ ସମ୍ମିଳନୀ ନୟାଗଡ ଜିଲ୍ଲା ସଭାପତି,ପ୍ରାକ୍ତନ ପ୍ରଧାନ ଶିକ୍ଷୟିତ୍ରୀ ତଥା ଆନର୍ଜାତିକ ଖ୍ୟାତିସମ୍ପନ୍ନ ଲେଖିକା ଶ୍ରୀମତୀ ବସିରନ୍ ବିବି ଉତ୍କଳ ସମ୍ମିଳନୀର ଗଠନ ଓ ଆବଶ୍ୟକତା ତଥା ଓଡ଼ିଶା ଅସ୍ମିତାର ବାହକ ବୋଲି କହିବା ସହିତ “ବନ୍ଦେ ମାତରମ୍” ଉପରେ ଆଲୋକପାତ କରିଥିଲେ । ସମ୍ମାନୀତ ଅତିଥି ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ଗୋକୁଳ କୁମାର ଷଡ଼ଙ୍ଗୀ ଛାତ୍ର ସମାଜରେ “ବନ୍ଦେ ମାତରମ୍” ଗାନରେ ଜାତୀୟତା ଜାଗ୍ରତ ଉପରେ ବର୍ଣ୍ଣନା କରିବା ସହିତ ପିଲାମାନଙ୍କୁ ଶିକ୍ଷା ଗ୍ରହଣରେ ଏକାଗ୍ରତା ରଖିବାକୁ ଉପଦେଶ ଦେଇଥିଲେ ।ବିଦ୍ୟାଳୟ ପଞ୍ଚସଖା ସେତୁର ସଭାପତି ଦିଲୀପ କୁମାର ମିଶ୍ର ଏବଂ ଅନ୍ତର୍ଯ୍ୟାମୀ ମିଶ୍ର ଉପସ୍ଥିତ ଥିଲେ ।ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ଓ ଛାତ୍ର/ଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମର ଉପାଦେୟତା ଉପଲବ୍ଧି କରିଥିଲେ ।ପରିଶେଷରେ ଜ୍ଞାନ ପ୍ରକାଶ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।

 

ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।