August 21, 2026
Home » ବନ୍ଦେ ମାତରମ୍ ସାମୁହିକ ଗାନ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ବନ୍ଦେ ମାତରମ୍ ସାମୁହିକ ଗାନ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

0
WhatsApp Image 2026-01-23 at 2.25.11 PM

ରାୟଗଡ଼ ବ୍ଳକ ତରଫରୁ ଗୁରୁବାର ଦିନ ସ୍ଥାନୀୟ ବିଜୁ ପଟ୍ଟନାୟକ ପ୍ରେକ୍ଷ୍ୟାଳୟ ଠାରେ ବନ୍ଦେ ମାତରମ୍ ସାମୁହିକ ଗାନ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ରମେଶ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ।ବିଡିଓ ସୁଜିତ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭଜନଲାଲ ମାଝୀ , ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଅତିରିକ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦେବରାଜ ଟାକ୍ରୀ, ଏବିଇଓ ଛବିଲାଲ ସିଂ, ବଳରାମ ହୁଇକା ପ୍ରମୂଖ ଯୋଗଦେଇ ଜାତୀୟତା ବୋଧ, ବନ୍ଦେ ମାତରମର ଏକ ଶହ ପଚାଶ ବାର୍ଷିକୀ ପାଳନର ଉଦ୍ଦେଶ୍ୟ ଓ ଆବଶ୍ୟକତା ସହ ବିଦ୍ୟାଳୟ ଅର୍ଥାତ୍ ଛାତ୍ର, ଛାତ୍ରୀଙ୍କ ଭୂମିକା ବିଷୟରେ ଆଲୋଚନା କରିଥିଲେ।
ବନ୍ଦେ ମାତରମ୍ ସାମୁହିକ ଗାନରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଗତ ଜାତୀୟ ଯୁବ ଦିବସରେ ପ୍ରତି ବିଦ୍ୟାଳୟରୁ ଚିହ୍ନଟିକୃତ ଦୁଇଶହ ତିରିଶି ଜଣ ଆତ୍ମ ନିର୍ଭର ଭାରତ ଯୁବ ଆମ୍ବାସାଡ଼ରଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଇଥିଲା। ସମ୍ବଳ ବ୍ୟକ୍ତିତ୍ୱ ପ୍ରଭାକର ମିଶ୍ର, ରୀତାରାଣୀ ମିଶ୍ର ଓ ଅର୍ଚ୍ଚନା ଦେବୀ ସିଂ ବନ୍ଦେ ମାତରମ୍ ର ଇତିହାସ ଓ ଶାବ୍ଦିକ ଅର୍ଥ ଓ ବିଶ୍ଲେଷଣ କରିଥିଲେ । ଶେଷରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଅଠେଇଶିଟି ଗ୍ରାମ ପଞ୍ଚାୟତରୁ ପ୍ରାୟ ସାତଶହରୁ ଉର୍ଦ୍ଧ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଗ୍ରାମ୍ୟ ଯୁବକ ଯୁବତୀ ଯୋଗ ଦେଇଥିଲେ। ଗତ ଜାନୁୟାରୀ ବାର ତାରିଖରେ ବିଦ୍ୟାଳୟ ଓ କଲେଜ ସ୍ତରରେ ରାୟଗଡ ବ୍ଳକ ସ୍ତରରେ ପ୍ରାୟ 37000 ଜଣ ଓ ଜିଲ୍ଲା ରେ ଦୁଇ ଲକ୍ଷ୍ୟରୁ ଉର୍ଦ୍ଧ ବ୍ୟକ୍ତି ବନ୍ଦେ ମାତରମ୍ ସାମୁହିକ ଭାବେ ଗାନ କରାଯାଇଥିବାରୁ ଜିଲ୍ଲା ସଂସ୍କୃତି ଅଧିକାରୀ ସସ୍ମିତା ବାଉରୀ ସଭିଙ୍କୁ ସାଧୁବାଦ ଅର୍ପଣ କରିଥିଲେ।ଦିବା ଏଗାରଟା ସମୟରେ ମୁଖ୍ୟ ଶାସନ ସଚିବଙ୍କ ପତ୍ର ଅନୁସାରେ ଜାତୀୟ ମତଦାତା ଦିବସ ନିମନ୍ତେ ସଂକଳ୍ପ ପାଠ କରିଥିଲେ।

ରିପୋର୍ଟ:ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed