September 3, 2026
Home » ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

0
WhatsApp Image 2026-09-02 at 6.19.51 PM

 

ସନତ ପାଢ଼ୀ ନେଲେ ନୂତନ ଦାୟିତ୍ୱ

ବରଗଡ଼:୦୨.୦୯.୨୬

ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଆଜି ପୂର୍ବାହ୍ନରେ ଏକ ବିଶେଷ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯିବା ସହ ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସନତ ପାଢ଼ୀଙ୍କୁ ସ୍ୱାଗତ କରାଯାଇଛି।

ପୂର୍ବତନ ଅଧିକାରୀ ଶ୍ରୀ ଖୋସ୍ଲା ନବରଙ୍ଗପୁର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ବରଗଡ଼ରେ ତାଙ୍କର ସଫଳ କାର୍ଯ୍ୟକାଳ, ସୁପରିଚାଳନା ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ସୁସମ୍ପର୍କ ରକ୍ଷା କରି କାର୍ଯ୍ୟ କରିଥିବାରୁ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ତାଙ୍କର ପ୍ରଶଂସା କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ଅପରପକ୍ଷରେ, ପଦ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ଶ୍ରୀ ସନତ ପାଢ଼ୀ ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂତନ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ପାଢ଼ୀ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ବ୍ୟାପକ ପ୍ରଚାର ପ୍ରସାର ଏବଂ ସମ୍ବାଦ ପରିଚାଳନା ପାଇଁ ସମସ୍ତ କର୍ମଚାରୀ ଓ ଗଣମାଧ୍ୟମର ସହଯୋଗ କାମନା କରିଛନ୍ତି।ଏହି ସମ୍ବର୍ଦ୍ଧନା ସଭାରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଉଭୟ ଅଧିକାରୀଙ୍କୁ ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।
ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ,

Leave a Reply

Your email address will not be published. Required fields are marked *