August 21, 2026
Home » ବାଲିପାଟଣା ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ

ବାଲିପାଟଣା ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ

0
WhatsApp Image 2026-01-27 at 8.23.41 PM

 

ଭୁବନେଶ୍ୱର:ବାଲିପାଟଣା ବ୍ଲକ ଅନ୍ତର୍ଗତ ଆଳିଷି ଶାସନ ଗ୍ରାମ ପଞ୍ଚାୟତର ଭୈରପୁରର କନକେଶ୍ୱର ପଡିଆ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମିଳିତ ଜଣାଶୁଣାଣି ଶିବିରରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।ଆଜି ମୋଟ ୬୧ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା ।

 

ସେଥିମଧ୍ୟରୁ ୪୬ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୧୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥିମଧ୍ୟରୁ ୪ଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିଲା । ଜଣେ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।ଆଜିର ଯୁଗ୍ମ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ବିଡିଓ ଶ୍ରୀ ଶୁଭ୍ରାଂଶୁ ଶେଖର ପାଢ଼ୀ, ତହସିଲଦାର କଳ୍ପନା ଦାସ, ଜିଲ୍ଲା ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ସୌମ୍ୟା ସ୍ଵାଗତିକା ସ୍ୱାଇଁ, ସ୍ଥାନୀୟ ଜନପ୍ରତିନିଧି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।