August 20, 2026
Home » ବିଜେପୁରରେ ସାଇବର ସଚେତନତା କାର୍ଯ୍ୟକ୍ରମ

ବିଜେପୁରରେ ସାଇବର ସଚେତନତା କାର୍ଯ୍ୟକ୍ରମ

0
WhatsApp Image 2025-11-11 at 2.55.00 PM

ବରଗଡ ଜିଲ୍ଲା ବିଜେପୁର ଥାନା ତରଫରୁ ବିଜେପୁର ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ରଙ୍କ ଉପସ୍ଥିତିରେ ତଥା ବିଜେପୁର ଥାନାଧିକାରୀ ଶ୍ରୀଯୁକ୍ତ ସୁଶାନ୍ତ ମଣି ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଦିନକୁ ଦିନ ଆାକ୍ରମଣ, ଠକେଇ, ଚୋରୀ, ଦୁର୍ନିତି ଆଦି ଘଟଣା ଗୁଡିକ ବଢିବାରେ ଲାଗିଥିବା ବେଳେ ଏହାକୁ ରୋକିବାରେ ସମସ୍ତଙ୍କର ଦାୟୀତ୍ବ, କର୍ତ୍ତବ୍ୟ ହେବା ଉଚିତ ବୋଲି ମତ ପ୍ରକାଶ ପାଇଥିଲା । ସାଇବର ଠକେଇ ଘଟଣା ଓଡ଼ିଶାରର ବିଭିନ୍ନ ସ୍ଥାନରେ ହେଉଥିବା ବେଳେ ଅପରାଧୀମାନେ ବିଭିନ୍ନ ଉପାୟ ଅବଲମ୍ବନ କରି ମୋବାଇଲ ଆପ୍, କଲ୍, ଏସଏମଏସ, ଓଟିପି, ହ୍ବାଟ୍ସଅପ୍ ମେସେଜ, ଲିଙ୍କ ଆଦି ଜରିଆରେ ଲୋକଙ୍କ ବ୍ୟାଙ୍କ ଖାତାରୁ ଟଙ୍କା ନେଇଯାଉଛନ୍ତି ।

ବିଶେଷ ସଚେତନତା ପାଇଁ ଓଡିଶା ସରକାରଙ୍କ ଦ୍ବାରା ଏବେ ସାଇବର ସୁରକ୍ଷା ଅଭିଯାନ ଆରମ୍ଭ କରାଯାଇ ସ୍କୁଲ, କଲେଜର ଛାତ୍ରଛାତ୍ରୀଙ୍କୁ ଏ ବିଷୟରେ ସାଇବର ଜ୍ଞାନ ଦିଆଯାଉଛି । ଏହି ଅବସରରେ ସାଇବର ଠକେଇକୁ ନେଇ ଅନେକ ଆଲୋଚନା କରାଯାଇଥିଲା ଓ ଜନ ସଚେତନତା ହିଁ ସାଇବର ସଚେତନତାକୁ ରୋକି ପାରିବ ବୋଲି ଥାନାଧାକାରୀ ସୁଶାନ୍ତମଣି ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ବିଜେପୁର ପୋଲିସ ବିଭାଗ, ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକାଙ୍କ ସମେତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

ବରଗଡ ଜିଲ୍ଳା ପ୍ରତିନିଧି ଇପିଏରୁ କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ(ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍‌ସୀ)

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed