July 4, 2025
Home » ବିଧାନସଭା ପରିସରରେ ଶ୍ରାଦ୍ଧବାର୍ଷିକ ଅବସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ବିଧାନସଭା ପରିସରରେ ଶ୍ରାଦ୍ଧବାର୍ଷିକ ଅବସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

0
WhatsApp Image 2025-02-04 at 9.36.13 PM

ଭୁବନେଶ୍ୱର: ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରି ଓଡ଼ିଶାର ଏବଂ ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା ତଥା ସ୍ୱାଭିମାନ ବଜାୟ ରଖିବା ପାଇଁ ମଧୁବାବୁ ସର୍ବସ୍ୱ ତ୍ୟାଗ କରିଥିଲେ । ଛାତ୍ର ଜୀବନଠାରୁ ମୃତୁ୍ୟ ପର୍ଯ୍ୟନ୍ତ ତାଙ୍କର ଜୀବନ ଥିଲା ସଂଘର୍ଷମୟ । ସେ ସାରାଜୀବନ ଦେଶ ଓ ଜାତି ପାଇଁ ସଂଘର୍ଷ କରି ଭାରତବର୍ଷରେ ଓଡ଼ିଆ ଜାତିର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ଯାହାଫଳରେ ଓଡ଼ିଆ ଜାତି ଆଜି ଭାରତବର୍ଷରେ ଏକ ସ୍ୱତନ୍ତ୍ର ମର୍ଯ୍ୟାଦାପୂର୍ଣ୍ଣ ଆସନ ହାସଲ କରିପାରିଛି ।


ଆଜି ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ରାଜ୍ୟ ବିଧାନସଭା ପରିସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ସରକାରୀ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାଶ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ସୁନୀଲ କୁମାର ମହାନ୍ତି, ଶ୍ରୀ ଦୁର୍ଗା ପ୍ରସନ୍ନ ନାୟକ, ଶ୍ରୀ ନୀଳମଣି ବିଷୋୟୀ, ଶ୍ରୀ କୃଷ୍ଣଚନ୍ଦ୍ର ନାୟକ, ସୋଫିଆ ଫିର୍‌ଦୋସ୍‌, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଓ ଉତ୍କଳ ସମ୍ମିଳନୀର ବରିଷ୍ଠ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୂଚନା ଅଧିକାରୀ ଶ୍ରୀ ବିନାୟକ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *