ବିନକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ରେ ୧୦୫ଟି ଦରଖାସ୍ତ ଗ୍ରହଣ, ୨୫ଟିର ତୁରନ୍ତ ହେଲା ସମାଧାନ l
ସୁବର୍ଣ୍ଣପୁର ଜିଲ୍ଲା ବିନକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ମହଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୧୦୫ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୭୮ ଟି ବ୍ୟକ୍ତିଗତ ଓ ୨୭ ଟି ସାମୁହିକ ଦରଖାସ୍ତ ଥିଲା।

ଶୁଣାଣି ସମୟରେ ୨୫ ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ କାଳିଆ ମଲ୍ଲିକ, ତହସିଲଦାର ଶ୍ରୀମତୀ ରଶନା ଭୋଇ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….
