July 18, 2026
Home » ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ

0
WhatsApp Image 2026-07-17 at 11.02.53 PM

 

ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟିର ମିଳିତ ସହଯୋଗରେ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଆୟୋଜିତ ହୋଇଯାଇଛି।ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ସଦନ ଠାରେ ଆୟୋଜିତ ହୋଇଥିବା ଆଜିର କାର୍ଯ୍ୟକ୍ରମରେ ମହାକାଳପଡ଼ା ବିଧାୟକ ଶ୍ରୀ ଦୁର୍ଗା ପ୍ରସନ୍ନ ନାୟକ, ଇଷ୍ଟର୍ଣ୍ଣ ମିଡ଼ିଆ ଲିଃ ପ୍ରତିଷ୍ଠାତା ଶ୍ରୀ ସୌମ୍ୟ ରଞ୍ଜନ ପଟ୍ଟନାୟକ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ଶ୍ରୀ ପ୍ରଦ୍ୟୁମ୍ନ ଶତପଥୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ବିଶିଷ୍ଟ ସାହିତ୍ୟିକ ଡ଼. ବାସୁଦେବ ଦାସ, ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟିର ମୁଖ୍ୟ ଉପଦେଷ୍ଟା ଡ଼. ହୟଗ୍ରୀବ ଗୁରୁ, ସଭାପତି ଶ୍ରୀ ବିଚିତ୍ରାନନ୍ଦ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।

 

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ଥିଲେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଅନ୍ୟତମ ପୁରୋଧା। ସେ ଥିଲେ ସାବରମତୀ ଆଶ୍ରମର ପ୍ରଥମ ଓଡ଼ିଆ ଶିକ୍ଷାର୍ଥୀ। ଓଡ଼ିଶାରେ ସ୍ୱାଧୀନତା ଆନ୍ଦୋଳନକୁ ବ୍ୟାପକ କରିବା ଦିଗରେ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ଏକ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ। ଜଣେ ସୃଜନଶୀଳ ସ୍ରଷ୍ଟା ଭାବେ ସେ “ମାତୃଦେବୀ”, “ଦୁଃଖିନୀ କନିକା”, “କନିକା ବନ୍ଧୁ”, “ମୂଢ଼ମତୀ”, “ବାରକଥା”, “ପ୍ରଜାମିତ” ଆଦି ପୁସ୍ତକ ରଚନା କରିଥିଲେ। ଅନ୍ୟାୟ ବିରୋଧରେ ସ୍ୱର ଉତ୍ତୋଳନ କରିଥିବା ସ୍ୱାଧୀନତା ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ଓଡ଼ିଆ ଜାତି ପାଇଁ ଚିର ନମସ୍ୟ ଏବଂ ତାଙ୍କ ଆଦର୍ଶ ଓଡ଼ିଆ ଜାତିକୁ ସଦା ସର୍ବଦା ଅନୁପ୍ରାଣିତ କରୁଥିବ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମକୁ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *