February 23, 2026
Home » ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟନ

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଉଦଘାଟନ

0
WhatsApp Image 2026-02-23 at 2.50.51 PM

ରାଉରକେଲାସ୍ଥିତ ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଶୁଭାରମ୍ଭ ହୋଇଯାଇଛି। ଶ୍ରୀ ବ୍ରିଜେଶ ରାୟ, ଡିଆଇଜି (ପଶ୍ଚିମାଞ୍ଚଳ)ଏହି ଚାମ୍ପିୟାନସିପରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ ।ଏହି ଅବସରରେ ବକ୍ତବ୍ୟ ରଖି ମୁଖ୍ୟ ଅତିଥି ଶ୍ରୀ ରାୟ କହିଥିଲେ ଯେ, ଏପରି ଚାମ୍ପିୟନସିପ୍‌ ଆୟୋଜନ ଯୋଗୁଁ ପୋଲିସ ବିଭାଗରେ କାର୍ଯ୍ୟରତ କ୍ରୀଡ଼ାବିତଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ହେବା ସହ ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବକୁ ଆହୁରି ସୁଦୃଢ଼ କରେ। ରାଜ୍ୟର ବିଭିନ୍ନ ଜିଲ୍ଲା, ରେଞ୍ଜ ଓ ବାଟାଲିୟନରୁ ଖେଳାଳିମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବାରୁ ପୋଲିସ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ସୃଷ୍ଟି ହେବ ବୋଲି ସେ ମତବ୍ୟକ୍ତ କରିଥିଲେ।ଏହି ଚାମ୍ପିୟାନସିପରେ ସାରା ରାଜ୍ୟରେ ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ 14 ଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୩୨୦ ଜଣ ଖେଳାଳି ସାମିଲ ହୋଇଛନ୍ତି। ଏହି ପ୍ରତିଯୋଗିତା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ମୋଟ ୧୪ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ପୁଲ୍–ଏ ରେ ଚତୁର୍ଥ ଓଏସଏପି, ରାଉରକେଲା ଓ କମିଶନରେଟ ‘ବି’ ମଧ୍ୟରେ ଖେଳ ୨–୨ ଗୋଲରେ ଡ୍ର ରହିଥିବା ବେଳେ ସୁନ୍ଦରଗଡ଼ ସମ୍ବଲପୁରକୁ ୪–୦ ଗୋଲରେ ଏବଂ ଚତୁର୍ଥ ଓଏସଏପି, ରାଉରକେଲା ସମ୍ବଲପୁରକୁ ୭–୦ ଗୋଲରେ ପରାଜିତ କରିଥିଲା। ସେହିପରି ସୁନ୍ଦରଗଡ଼ କମିଶନରେଟ ‘ବି’କୁ ୨–୧ ଗୋଲରେ ପରାଜିତ କରିଥିଲା।ପୁଲ୍–ବି ରେ ଷଷ୍ଠ ଓଏସଏପି, କଟକ ଓଆଇଏସଏଫ୍, ଭୁବନେଶ୍ୱରକୁ ୪–୦ ଗୋଲରେ ଏବଂ ଅଷ୍ଟମ ବାଟାଲିୟନ, ଛତ୍ରପୁରକୁ ୯–୦ ଗୋଲରେ ପରାଜିତ କରିଥିଲା। ଅନ୍ୟ ମ୍ୟାଚ୍‌ରେ ଚତୁର୍ଥ ଆଇଆରବିଏନ୍, ଦେଓଗଡ଼ ଅଷ୍ଟମ ବାଟାଲିୟନ, ଛତ୍ରପୁରକୁ ୩–୦ ଗୋଲରେ ହରାଇଥିବା ବେଳେ ଓଆଇଏସଏଫ୍, ଭୁବନେଶ୍ୱର ସହିତ ଖେଳ ୨–୨ ଗୋଲରେ ଡ୍ର ରହିଥିଲା।ପୁଲ୍–ସି ରେ ପୁରୀ ଦଳ ଦ୍ଵିତୀୟ ଆଇଆରବିଏନ୍, ରାୟଗଡ଼ାକୁ ୨–୦ ଗୋଲରେ ପରାଜିତ କରିଥିଲା। ରାଉରକେଲା ଦଳ ଦ୍ଵିତୀୟ ଆଇଆରବିଏନ୍, ରାୟଗଡ଼ାକୁ ୭–୦ ଗୋଲରେ ଏବଂ ପୁରୀକୁ ମଧ୍ୟ ୭–୦ ଗୋଲରେ ପରାଜିତ କରି ଦୃଢ଼ ପ୍ରଦର୍ଶନ କରିଥିଲା।ପୁଲ୍–ଡି ରେ କମିଶନରେଟ ‘ଏ’ ଦଳ ତୃତୀୟ ବାଟାଲିୟନ, କୋରାପୁଟକୁ ୪–୧ ଗୋଲରେ ଏବଂ କୋରାପୁଟ ଜିଲ୍ଲାକୁ ୭–୧ ଗୋଲରେ ପରାଜିତ କରିଥିବା ବେଳେ ତୃତୀୟ ବାଟାଲିୟନ, କୋରାପୁଟ, କୋରାପୁଟ ଜିଲ୍ଲା ପୋଲିସ କୁ ୩–୦ ଗୋଲରେ ହରାଇଥିଲା।ଏହି ଚାମ୍ପିୟାନସିପର ଉଦଘାଟନୀ ସମାରୋହରେ ରତନ କୁମାର, ଡିଆଇଜି, ସିଆଇଏସଏଫ୍‌, ଶ୍ରୀ ନିତେଶ ୱାଧୱାନୀ , ଏସ୍‌ପି, ରାଉରକେଲା, ଶ୍ରୀମତୀ ଅମୃତପାଲ କୌର, ଏସ୍‌ପି, ସୁନ୍ଦରଗଡ଼, ରାଜ୍ୟ ପୋଲିସ ମୁଖ୍ୟାଳୟର କ୍ରୀଡା ଅଧିକାରୀ ନୀଳ ମାଧବ ସ୍ୱାଇଁଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।