ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ :ବିଭିନ୍ନ ୧୨୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

ସୁବର୍ଣ୍ଣପୁର—ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି l ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୨୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୧୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୫ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।
ବିଡିଓ ବୀରମହାରାଜପୁର ରାଜୀବ ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଉପଜିଲ୍ଲାପାଳ ବୀରମହାରାଜପୁର ଶ୍ରୀ ଲଲାଟେନ୍ଦୁ ସି , ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ଗୁରୁ , ଅତିରିକ୍ତ ଜିଲ୍ଲା ଉନ୍ନୟନ ଅଧିକାରୀ ପଲ୍ଲବୀ ରାଣୀ ରାଜଙ୍କ ସମେତ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବୀରମହାରାଜପୁର ସୁଚିସ୍ମିତା ପାଣିଗ୍ରାହୀ , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l
ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର