ବୀରମହାରାଜପୁର ରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ କମିରା କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୯ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜୀବ କୁମାର ହାଁସଦା ଓ ସରପଞ୍ଚ, କମିରା ଗ୍ରାମ ପଞ୍ଚାୟତ, ଶ୍ରୀମତି ଅନୁସୟା ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ସୁରେନ୍ଦ୍ର କୁମାର ମେହେରଙ୍କ ସମେତ ତହସିଲଦାର, ଵୀରମହାରାଜପୂର୍ ସୁଶ୍ରୀ ସୁଚିଶ୍ମିତା ପାଣିଗ୍ରାହୀ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଏହି ଅବସରରେ କମିରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କମିରା ଗ୍ରାମର ଭିନ୍ନକ୍ଷମ ମହିଳା ମେନକା ସ୍ୱାଇଁ ଓ କଲ୍ୟାଣୀ ଚାଉଳିଆଙ୍କୁ ଓ ସୁବଳୟା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସୁବଳୟା ଗ୍ରାମର ଭିନ୍ନକ୍ଷମ ବ୍ୟକ୍ତି ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକଙ୍କୁ ଅତିରିକ୍ତ ଜିଲ୍ଲାପାଳ, (ରାଜସ୍ବ ) ରାଜେନ୍ଦ୍ର ମାଝୀଙ୍କ ଦ୍ଵାରା ହ୍ୱିଲ ଚେୟାର ପ୍ରଦାନ କରାଯାଇଥିଲା l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
