August 22, 2026
Home » ବେହେରା ଡ଼୍ୟାମକୁ ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ବେହେରା ଡ଼୍ୟାମକୁ ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

0
WhatsApp Image 2026-05-03 at 4.52.54 PM

୨୫ ଫୁଟ ପାଣି ଭିତରୁ ମୃତ ଦେହ ଉଦ୍ଧାର କଲେ ଅଗ୍ନିଶମ ବିଭାଗ କର୍ମଚାରୀ …

କୋକସରା :କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଖଲିଗଡ ଗ୍ରାମର ଜଣେ ଯୁବକ ମାଛ ଧରିବାକୁ ଯାଇ ବେହେରା ଡ୍ୟାମ୍ ର ଗଭୀର ପାଣି ଭିତରେ ବୁଡ଼ି ଯାଇ ନିଖୋଜ ହୋଇଥିଲେ। ଆଜି ରବିବାର ଅଗ୍ନିଶମ ବାହିନୀ ଦିର୍ଘ ସମୟର ପରିଶ୍ରମ ପରେ ପାଣି ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି। ମୃତ ଯୁବକ ଜଣକ ହେଲେ ଖଲିଗଡର ୪୫ ବର୍ଷୀୟ ସାଧୁରାମ ବାଗ । ସୂଚନା ଅନୁସାରେ, ସାଧୁରାମ ଗତକାଲି ଅପରାହ୍ନରେ ଗାଁ ନିକଟସ୍ଥ ବେହେରା ଡ୍ୟାମ କୁ ମାଛ ଧରିବାକୁ ଯାଇଥିଲେ। ତେବେ ଦୀର୍ଘ ସମୟ ପରେ ମଧ୍ଯ ସାଧୁରାମ ଘରକୁ ଫେରି ନଥିଲେ।

ଏହା ପରେ ପରିବାର ଲୋକେ ତାଙ୍କୁ ଖୋଜିବାକୁ ଯାଇ ଡ୍ୟାମର ପାଣି ଭିତରେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସନ୍ଧାନ ମିଲି ନ‌ଥିଲା।ଏନୀ ପତ୍ନୀ ଆମପାଣି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ରବିବାର ଆମପାଣି ଥାନା ପୋଲିସ ଓ କୋକସରା ଅଗ୍ନିଶମ ବାହିନୀ ହିନୀ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ ବିଭାଗର ଓଆଇସି ପ୍ରଶାନ୍ତ ବାଘଙ୍କ ନେତୃତ୍ବରେ ହାବିଲଦାର ସୁନୀଲ ରଞ୍ଜନ ବାରଳା କର୍ମଚାରୀ ସ୍ମୃତି ରଞ୍ଜନ ବିଶ୍ବାଳ, ଉମାଶଙ୍କର ନାଏକ, ରାଧେଶ୍ୟମ ପ୍ରଧାନୀ, ବିଶ୍ବଜିତ ଜେନା ପ୍ରମୁଖ ବୋଟ ଓ ଅଣ୍ଡର ୱାଟର ବିଏସେଟ ସହାୟତାରେ ଦୀର୍ଘ ୩ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ଦିନ ସାଢେ଼ ୧୧ଟା ବେଳେ ପ୍ରାୟ ୨୫ ଫୁଟ୍ ପାଣି ଭିତରୁ ସାଧୁରାମଙ୍କ ମୃତଦେହ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ଏହା ପରେ ଅଗ୍ନିଶମ ବାହିନୀ ପୋଲିସ କୁ ଶବ ହସ୍ତାନ୍ତର କରିଥିଲେ। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ମେଡିକାଲ କୁ ନେଇ ତଦନ୍ତ ଜାରି ରଖିଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।