August 21, 2026
Home » ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ।

ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ।

0
WhatsApp Image 2026-07-31 at 6.04.06 PM

ସୁବର୍ଣ୍ଣପୁର : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ସଦଭାବନା ସଭାଗୃହ ମଧ୍ୟରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ “ଜିଲ୍ଲା ରଣନୀତିକ କାର୍ଯ୍ୟ ସୂଚୀ – ୨୦୨୬” (District Strategic Action Plan – 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ “ଜିଲ୍ଲା କାର୍ଯ୍ୟ ସୂଚୀ”ର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା
ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବିଲୁପ୍ତ ହେବ ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା କରିଥିଲେ। ବୌଦ୍ଧ “ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର” (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି, ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା।
କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।