October 26, 2026
Home » ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହିତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ l

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହିତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ l

0
WhatsApp Image 2026-10-26 at 1.58.51 PM

 

ସୁବର୍ଣ୍ଣପୁର —ଜିଲ୍ଲା ପ୍ରଶାସନ ବୌଦ୍ଧ,ଦୁର୍ନୀତି ନିବାରଣ ବିଭାଗ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଆରମ୍ଭ ହୋଇଯାଇଛି l ପ୍ରାରମ୍ଭରେ ଦିନ ୧୧ ଟାରେ ଆଜି ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ କଣ୍ଟାମାଳ ବ୍ଲକ୍ ରେ ଅନୁଷ୍ଠିତ ସାପ୍ତାହିକ ଅଭିଯୋଗ ଶୁଣାଣୀ ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବିଭାଗୀୟ ଅଧିକାରୀ ମାନେ ସାଧୁତାର ଶପଥ ପାଠ କରିଥିଲେ l ଏହି ସଭାରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା, ଏ ପି ଡି ଯଦୁମଣି ନାୟକ , ଉପଜିଲ୍ଲାପାଳ ବିନୟ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ମହେନ୍ଦ୍ର ସାହୁ, ବି ଡି ଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ l ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ସମସ୍ତ ଡେପୁଟି ଓ ଆସିଷ୍ଟାଣ୍ଟ କଲେକ୍ଟର ବିଭିନ୍ନ ବିଭାଗ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ। ଜିଲ୍ଲାର ସମସ୍ତ ବ୍ଲକ୍ ତହସିଲ, ଜିଲ୍ଲା ସ୍ତରୀୟ କାର୍ଯ୍ୟାଳୟ ଓ ଲାଇନ୍ ବିଭାଗ କାର୍ଯ୍ୟାଳୟରେ ମଧ୍ୟ ଏହି ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି l ଦେଶର ପ୍ରଗତି ପାଇଁ ଦୁର୍ନୀତି ବିରୋଧରେ ଲଢ଼ିବାକୁ ସମସ୍ତେ ସଂକଳ୍ପ ନେଇଥିଲେ। ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ରକ୍ଷା, ଲାଞ୍ଚ ନ ନେବା ଓ ନ ଦେବା, ସ୍ୱଚ୍ଛତାର ସହ ଦାୟିତ୍ୱ ନିର୍ବାହ କରିବା ଏବଂ ଜନସାଧାରଣଙ୍କ ହିତ ସାଧନ ଲାଗି ସମର୍ପିତ ରହିବାକୁ ଶପଥ ନିଆ ଯାଇଥିଲା। ଡି ଏସ୍ ପି ଭିଜିଲାନ୍ସ ସୁରେଶ କହଁର ଓ ବିଭାଗୀୟ ଅଧିକାରୀ ମାନେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *